Posted inଫୁରସତ

ଲକ୍‌ଡାଉନ୍‌ରେ ଗ୍ରାଣ୍ଡ୍‌ ପାର୍ଟି: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ବେଳେବେଳେ ଏମିତି କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। କରୋନା ଯୋଗୁ ବିଶ୍ୱର ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଯଦିଓ ଅନେକ ସ୍ଥାନରେ କୌଣସି ପ୍ରତିବନ୍ଧକ ନାହିଁ ତଥାପି ଲୋକେ ସାମାଜିକ ଦୂରତା ଅବଲମ୍ବନ କରୁଛନ୍ତି।
ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି, ଲୋକେ ଖୁବ୍‌ ଆଡ଼ମ୍ବର ସହକାରେ ଗ୍ରାଣ୍ଡ୍‌ ପାର୍ଟିର ଆୟୋଜନ କରିଛନ୍ତି। ଏଥିରେ ସାମାଜିକ ଦୂରତା ମଧ୍ୟ ବଜାୟ ରହିଛି। ବହୁ ସଂଖ୍ୟକ ଲୋକ ଏକ ବ୍ରିଜ୍‌ ତଳେ ଏକାଠି ଡ୍ୟାନ୍ସ କରୁଛନ୍ତି। ସାଧାରଣତଃ ଡ୍ୟାନ୍ସ ସମୟରେ ଲୋକେ ପରସ୍ପର ନିକଟତର ହୋଇଥାନ୍ତି। କିନ୍ତୁ ଏଠାରେ ବେଶ୍‌ ସଚେତନତା ଅବଲମ୍ବନ କରାଯାଇଛି। କରୋନାରୁ ରକ୍ଷା ପାଇବା ପାଇଁ ୧ ମିଟର ଦୂରତା ରକ୍ଷା କରିବାକୁ କୁହାଯାଉଥିବାରୁ ଏଠାରେ ଦଉଡ଼ି ସାହାଯ୍ୟରେ ଅନେକ ବର୍ଗକ୍ଷେତ୍ର ତିଆରି କରାଯାଇଛି। ଯେଉଁଥିରେ ଲୋକମାନେ ସାମାଜିକ ଦୂରତାକୁ ଦୃଷ୍ଟିରେ ରଖି ଡ୍ୟାନ୍ସ କରୁଛନ୍ତି। ଏହି ପାର୍ଟିରେ ଉଭୟ ପୁରୁଷ ଓ ମହିଳା ସାମିଲ ଅଛନ୍ତି। ଏହି ଭିଡିଓ କେଉଁଠୁ ଆସିଛି ସେ ସମ୍ବନ୍ଧରେ କୌଣସି ସୂଚନା ନାହିଁ। କିନ୍ତୁ ଏହାକୁ ନେଦରଲ୍ୟାଣ୍ଡର ଜଣେ ବ୍ୟକ୍ତି ଟୁଇଟର୍‌ରେ ଶେୟାର କରିଛନ୍ତି। ସେ କ୍ୟାପଶନରେ ଲେଖିଛନ୍ତି, ‘ନୂଆ ଦୁନିଆକୁ ସ୍ବାଗତ’।

ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୬୭ ହଜାର ଲୋକ ଦେଖିଥିବାବେଳେ ୪୫୦ରୁ ଅଧିକ ଲୋକ ପସନ୍ଦ କରିଛନ୍ତି ଏବଂ ୨୦୦ରୁ ଅଧିକ ଲୋକ ପ୍ରତିକ୍ରିୟା ଦେଇଛନ୍ତି।
ଏକ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୮ ହଜାରରୁ ଅଧିକ ହୋଇଥିବାବେଳେ ୫୭ଲକ୍ଷ ୮୯ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି। ପ୍ରାୟ ୨୫ ଲକ୍ଷ ଲୋକ ଏହି ରୋଗରୁ ଆରୋଗ୍ୟ ଲାଭ କରିଛନ୍ତି। ଆମେରିକାରେ ଏପର୍ଯ୍ୟନ୍ତ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେଠାରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଥିବା ବେଳେ ୧୭ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri