ଲକ୍‌ଡାଉନ୍‌ରେ ଘରୁ ବାହାରି ପୋଲିସଙ୍କଠାରୁ ମାଡ଼ ଖାଇଲେ ସୁନୀଲ ଗ୍ରୋଭର

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ କର୍ଫ୍ୟୁ ସହ ସମାନ ବୋଲି ପ୍ରଧାନମନ୍ତ୍ରୀ କହିଥିବା ବେଳେ କେତେକ ଲୋକ ଏହାକୁ ମାନୁ ନ ଥିବା ଦେଖିବାକୁ ମିଳିଛି। ଏହି ସମୟରେ ଘରେ ରହିବାକୁ ସମସ୍ତେ ବାଧ୍ୟ। ହେଲେ ଆବଶ୍ୟକତା ନ ଥାଇ ଯେଉଁମାନେ ଘର ବାହାରକୁ ଆସୁଛନ୍ତି ପୋଲିସ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ ପାଇଁ ସୋସିଆଲ ମିଡିଆ ଏବେ ଏକମାତ୍ର ସାହାରା ପାଲଟିଛି। ଲକ୍‌ଡାଉନ୍‌ ସମୟରେ ସାଧାରଣ ଲୋକ ଓ ସେଲିବ୍ରିଟି ନିଜର ଭିନ୍ନ ଭିନ୍ନ ଭିଡିଓ ଓ ଫଟୋ ଶେୟାର କରୁଛନ୍ତି। ଇତିମଧ୍ୟରେ କମେଡିଆନ ସୁନୀଲ ଗ୍ରୋଭରଙ୍କ ଏକ ମିମ୍‌ ଭାଇରାଲ ହେବାରେ ଲାଗିଛି। ସୁଲୀଲ ନିଜେ ଇନ୍‌ଷ୍ଟାଗ୍ରାମରେ ୨ଟି ମିମ୍‌କୁ ଶେୟାର କରିଥିବା ବେଳେ କ୍ୟାପଶନ୍‌ରେ ଲେଖିଛନ୍ତି, ଭଗବାନଙ୍କ ପାଇଁ ଘରେ ରୁହନ୍ତୁ। କାରଣ ବାହାରକୁ ଆସିଲେ ପୋଲିସର ମାଡ ଖାଇବାକୁ ପଡ଼ିବ। ଶେୟାର ହୋଇଥିବା ଗୋଟିଏ ମିମ୍‌ରେ ସୁନୀଲ ଘରୁ ବାହାରୁଥିବା ବେଳେ ଅନ୍ୟଟିରେ ପୋଲିସ ତାଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୁନୀଲ ନିଜର ଏହି ୨ଟି ମିମ୍‌ ଜରିଆରେ ଲୋକଙ୍କୁ ଘରେ ରହିବାକୁ ସଚେତନ କରିଛନ୍ତି। ଏହି ମିମ୍‌କୁ ଏପର୍ଯ୍ୟନ୍ତ ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ୟୁଜର୍ସ ଲାଇକ୍‌ ଓ ଶେୟାର କରିସାରିଲେଣି। ଏହାପୂର୍ବରୁ କେତେକ ସେଲିବ୍ରିଟି ମଧ୍ୟ ଭିଡିଓ ଜରିଆରେ ପ୍ରଂଶସକଙ୍କୁ ଘରେ ରହିବାକୁ ନିବେଦନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri