ଲକ୍‌ଡାଉନ୍‌ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ

ଚୌଦ୍ୱାର,୧୦ା୪(ଡି.ଏନ୍‌.ଏ.): କରୋନା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ଏହି ଅନୁଯାୟୀ, କଟକ ଜିଲା କୋଠାବାଡ଼ି ନିର୍ମାଣ ଶ୍ରମିକମାନଙ୍କୁ ଚୌଦ୍ୱାରରେ ଅନୁଦାନ ଦେବା କାର୍ଯ୍ୟର ଶୁଭାରମ୍ଭ ହୋଇଛି। ପୌରପାଳିକାର ୧୦ ନମ୍ବର ଓ୍ବାର୍ଡସ୍ଥିତ ଯଯାତି କେଶରୀ କ୍ଲବ୍‌ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଶ୍ରମ ଅଧିକାରୀ ବନମାଳୀ ମହାପାତ୍ର ଓ ପୌରନିର୍ବାହୀ ଅଧିକାରୀ ପବିତ୍ର ବେହେରା ଯୋଗଦେଇ ମୋଟ ୫୩ ଜଣ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ଅନୁଦାନ ପ୍ରଦାନ କରିଥିଲେ । ଜିଲା ଯୋଜନା ବୋର୍ଡ ସଦସ୍ୟ ଶୁଭେନ୍ଦୁ ସାମଲ, କାର୍ଯ୍ୟକ୍ରମର ନୋଡାଲ ଅଫିସର ସେକ୍‌ ରାଜୁଦ୍ଦିନ୍‌, ପୂର୍ବତନ କାଉନ୍‌ସିଲର ବିଜୟ କୁମାର ମଲ୍ଲିକ୍‌,ଶ୍ରମିକ ସଂଗଠନର କର୍ମକର୍ତ୍ତା ମନୋଜ କୁମାର ସାହୁ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri