ଲକ୍‌ଡାଉନ୍‌ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ

ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍‌ଡାଉନ୍‌ରେ ଫସି ଯାଇଛନ୍ତି। ଏପରି ଏକ ଘଟଣା ଉତ୍ତରପ୍ରଦେଶର ବରେଲିରେ ଦେଖିବାକୁ ମିଳିଛି। ଏଠାକାର ତମନ୍ନା ନାମକ ଜଣେ ୯ମାସର ଗର୍ଭବତୀ ମହିଳା ତାଙ୍କ ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ। ମାତ୍ର ତାଙ୍କ ସ୍ବାମୀ ନଏଡାରେ ଲକ୍‌ଡାଉନ୍‌ରେ ଫସିଯାଇଥିଲେ। ଏପଟେ ତମନ୍ନାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ସେ ଏକ ଭିଡିଓ ପ୍ରସ୍ତୁତ କରି ସ୍ଥାନୀୟ ପୋଲିସର ସହାୟତା ମାଗିବା ସହ ନଏଡା ପୋଲିସର ମଧ୍ୟ ସହାୟତା ମାଗିଥିଲେ। ଏହି ଭିଡିଓ ଦେଖି ବରେଲିର ଏସ୍‌ଏସ୍‌ପି ଶୈଳେଶ ପାଣ୍ଡେ ନଏଡା ଏସ୍‌ଏସ୍‌ପି ରଣବିଜୟ ସିଂଙ୍କ ସହାୟତା ମାଗିଥିଲେ। ରଣବିଜୟ ତୁରନ୍ତ ଗର୍ଭବତୀ ମହିଳାଙ୍କ ସ୍ବାମୀଙ୍କ ସମ୍ପର୍କରେ ଖବର ନେଇ ଯୋଗାଯୋଗ କରିଥିଲେ। ଶେଷରେ ତମନ୍ନାଙ୍କ ସ୍ବାମୀଙ୍କ ପତ୍ତା ପାଇ ନଏଡା ପୋଲିସ ନିଜ ଗାଡ଼ିରେ ବସାଇ ବରେଲି ଆଣିଥିଲା। ବରେଲି ପୋଲିସ ଶୈଳେଶ ପାଣ୍ଡେ ତୁରନ୍ତ ତମନ୍ନାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ।

ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ତମନ୍ନା ସ୍ବାମୀଙ୍କୁ ପାଖରେ ପାଇବା ସହ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଦ୍ୱିତୀୟ ଥର ଆଉ ଏକ ଭିଡିଓ ପ୍ରସ୍ତୁତ କରି ସେ ବରେଲି ଏବଂ ନଏଡା ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପୋଲିସ ଭଗବାନଠାରୁ କମ୍‌ ନୁହନ୍ତି। ଖାଲି ଏତିକି ନୁହେଁ, ସେ ତାଙ୍କ ପୁଅର ନାଁ ରଣବିଜୟ ରଖିଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri