ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା: ଋଣଭାର ଶୁଝି ନ ପାରି ବ୍ୟବସାୟୀଙ୍କ ଆତ୍ମହତ୍ୟା ଅଭିଯୋଗ

କୋରୁକୋଣ୍ଡା,୫।୬(ଡି.ଏନ୍‌.ଏ): କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ମାତ୍ର ଏହା ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି। ଏଭଳି ପରିସ୍ଥିତିରେ ଋଣଭାର ଶୁଝି ନ ପାରି ଜଣେ ବ୍ୟବସାୟୀ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲାକୋଟା ପଞ୍ଚାୟତ ଏମ୍‌ଭି-୩୭ ଗ୍ରାମରେ। ଗ୍ରାମର ସୁସେନ ହାଲଦାର(୫୧) ଦିବ୍ୟାଙ୍ଗ ହୋଇ ସୁଦ୍ଧା ନିଜକୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିଥିଲେ। ସେ ଗାଁରେ ପରିବା ବ୍ୟବସାୟ କରି ଗୁଜୁରାଣ ମେଣ୍ଟାଉ ଥିଲେ। ମାତ୍ର ଲକ୍‌ଡାଉନ୍‌ ସମୟରେ ବ୍ୟବସାୟ ମାନ୍ଦା ହୋଇଯିବାରୁ ସେ ଋଣଭାର ଶୁଝି ପାରି ନ ଥିଲେ। ଋଣ ଆଣିଥିବା ଲୋକ ବାରମ୍ବାର ଫୋନ୍‌ କରି ଟଙ୍କା ମାଗୁଥିବାରୁ ଶେଷରେ ସେ ଏହିଭଳି ନିଷ୍ପତ୍ତି ନେଇଥିବା ପରିବାର ଲେକେ କହିଛନ୍ତି। ଗୁରୁବାର ମଧ୍ୟାହ୍ନରେ ଗାଁ ମଶାଣି ନିକଟରେ ବିଷପିଇ ସେ ଆତ୍ମହତ୍ୟା କରିଥିଲେ। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଚାରିଆଡେ ଖୋଜାଖୋଜି କରିଥିଲେ। ପରେ ସନ୍ଧ୍ୟା ସମୟରେ ମଶାଣିରେ ମୃତଦେହ ପଡିଥିବା ଦେଖି ସେମାନେ ଓରକେଲ ଥାନା ପୋଲିସକୁ ଜଣାଇଥିଲେ। ଥାନାଧିକାରୀ ଜଗଦୀଶ ବାରାଙ୍କ ନିର୍ଦ୍ଦେଶକ୍ରମେ ଏଏସ୍‌ଆଇ ସୁଶୀଲ କୁମାର ଦାସ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ମାଲକାନଗିରିକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?