ଲକ୍‌ଡାଉନ୍‌ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍‌

ବେଗୁନିଆ,୯।୪ (ଡି.ଏନ୍‍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୨ହଜାର ଲିଟର ପୋଚକୁ ନଷ୍ଟ କରିବା ସହ ଅନ୍ୟାନ୍ୟ ସରଞ୍ଜାମ ଜବତ କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ବେଗୁନିଆ ଓ ବୋଲଗଡ଼ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ଏକଡ଼ାଳିଆ କାଜୁ ଜଙ୍ଗଲ ପରିସରରେ ମଦ ପ୍ରସ୍ତୁତ କରାଯାଉଥିବାର ଖବର ପୋଲିସକୁ ମିଳିଥିଲା। ଥାନାଧିକାରୀ ରଶ୍ମୀ ରଞ୍ଜନ ସାହୁ ଏବଂ ଫାଣ୍ଡି ଅଧିକାରୀ ଅଶୋକ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ୧୨ଜଣିଆ ପୋଲିସ ଟିମ୍‌ ଗଠନ କରାଯାଇଥିଲା। ସେମାନେ ୫ ଏକର ପରିମିତ ଜଙ୍ଗଲକୁ ଚତୁଃପାର୍ଶ୍ୱରୁ ସିଲ୍‌ କରିଥିଲା। ହେଲେ ଏନେଇ ମାଫିଆମାନେ ସୂଚନା ପାଇଯାଇଥିଲେ। ଫଳରେ ପୋଲିସ ପହଞ୍ଚିବା ପରେ କେବଳ ୨ହଜାର ଲିଟର ପୋଚ୍‌, ଗୁଡ ଭର୍ତ୍ତୀ ଟିଣ, ୟୁରିଆ, ଜାରକିନ୍‌ , ହଣ୍ଡା ଆଦି ମଦ ତିଆରି ସରଞ୍ଜାମ ଜବତ କରିଥିଲା। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ତେବେ ଲକ୍‌ଡାଉନ୍‌କୁ ନେଇ ପୋଲିସ ଗାଁକୁ ଗାଁ ବୁଲି ପହରା ଦେଉଥିବାର ସୁଯୋଗ ନେଇ ମଦ ଓ ଖଣି ମାଫିଆମାନଙ୍କ ପାଇଁ ସୂଯୋଗ ସୃଷ୍ଟି ହୋଇଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri