ଲକ୍‌ଡାଉନ୍‌ରେ ସହାୟତାର ହାତ ବଢ଼ାଉଛି ଡାକ ବିଭାଗ: ଲୋକଙ୍କ ପାଖରେ ପହଞ୍ଚି ସେବା ପ୍ରଦାନ କରୁଛନ୍ତି କର୍ମଚାରୀ, ନିସହାୟଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

କଟକ ଅଫିସ,୨।୪: କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ସ୍ଥିତି ଜାରି ରହିଛି। ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ ଲକ୍‌ଡାଉନ୍‌ ଯୋଗୁ ଅନେକେ ଲୋକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ସାହାଯ୍ୟ କରିବାକୁ ବିଭିନ୍ନ ସ୍ବେଚ୍ଛାସେବୀ, ସରକାରୀ ଅନୁଷ୍ଠାନ, ପୋଲିସ ଆଗେଇ ଆସୁଥିବା ଦେଖାଯାଉଛି। ଇତିମଧ୍ୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସେବା ଯୋଗାଇ ଦେଉଥିବା ଭାରତୀୟ ଡାକ ବିଭାଗ ମଧ୍ୟ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଲୋକଙ୍କ ପାଖରେ ପହଞ୍ଚି ବିଭିନ୍ନ ସେବା ପ୍ରଦାନ କରୁଛି। ବିଶେଷକରି ବିଭିନ୍ନ ସ୍ଥାନରୁ ଡାକରେ ଆସୁଥିବା ମେଡ଼ିସିନ ଲୋକଙ୍କ ଘରେ ନେଇ ଡାକ ବିଭାଗ ପହଞ୍ଚାଉଛି । ସେହିପରି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ଏଇପିଏସ୍‌(ଆଧାର ଏନେବୁଲ୍ଡ ପେମେଣ୍ଟ ସିଷ୍ଟମ) ଜରିଆରେ ପେନସନ୍‌ ଯୋଗାଇ ଦିଆଯାଉଛି। ଏହାଛଡ଼ା ଗୁରୁବାର ପୋଷ୍ଟ ଅଫିସ କଲ୍ୟାଣ ପାଣ୍ଠିରୁ କଟକ ନଗର ମଣ୍ଡଳ ନିସହାୟମାନଙ୍କୁ ଖାଦ୍ୟ ସମାଗ୍ରୀ ଚାଉଳ, ଡାଲି, ଅଟା, ଛତୁଆ, ବିସ୍କୁଟ, ସାବୁନ ଆଦି ବଣ୍ଟନ କରାଯାଇଥିଲା। କଟକ ନଗର ମଣ୍ଡଳର ବରିଷ୍ଠ ଡାକ ଅଧୀକ୍ଷକ ସୁଚିସ୍ମିତା ସ୍ବାଇଁଙ୍କ ନିର୍ଦ୍ଦେଶାନୁସାରେ ସହକାରୀ ଡାକ ଅଧିକ୍ଷକ ଅସିତ୍‌ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ବିଡାନାସି, ଚଣ୍ଡି ଛକ, ବକ୍ସି ବଜାର, ବାରବାଟୀ ଷ୍ଟାଡିୟମ ଆଦି ବିଭିନ୍ନ ଜାଗାରେ ଗରିବ ଏବଂ ନିସହାୟଙ୍କୁ ଖାଦ୍ୟ ସାମଗ୍ରୀ ବିତରଣ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri