ଲକ୍‌ଡାଉନ୍‌ ଉଲ୍ଲଂଘନ: ୬ ଗିରଫ, ୧୫୦ ଲିଟର ମଦ ଜବତ

ଭଟଲି,୨୪ା୪(ଡି.ଏନ୍‌.ଏ.): କାରୋନା (କୋଭିଡ-୧୯) ମୁକାବିଲା ଲାଗି ସମଗ୍ର ଭାରତରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରି ସ୍ଥଳେ ଲକ୍‌ଡାଉନକୁ ଉଲ୍ଲଂଘନ କରି କେତେକ ଅସାଧୁ ବ୍ୟବସାୟୀ ଜଙ୍ଗଲ ତଥା ନିଜ ଘରେ ମହୁଲ ପୋଚକୁ ବ୍ୟବହାର କରି ଦେଶୀ ରନ୍ଧା ମଦ ପ୍ରସ୍ତୁତ କରି ବିକ୍ରି କରୁଥିବା ବେଳେ ଭଟଲି ପୋଲିସ ହାତରେ ଧରାପଡ଼ିଛି।

ଗୁରୁବାର ଭଟଲି ପୋଲିସ କୋଭିଡ଼-୧୯ ସଚେତନତା ପାଇଁ ପାଟ୍ରୋଲିଂ କରୁଥିବାବେଳେ ସନ୍ଦେହକରି ଭଟଲି ନିକଟସ୍ଥ ସୁକୁଡ଼ା ପାଖରେ ଏକ ବୋଲେରୋକୁ ଅଟକାଇଥିଲା। ପରେ ସେଥିରେ ୧୩୦ ଲିଟର ଦେଶୀ ରନ୍ଧା ମଦ ଥିବା ଜାଣିପାରି ଉଭୟ ଗାଡ଼ି ଓ ମଦକୁ ଜବତ କରିଥିଲା। ଏହି କାରବାରରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗଣେଶ ସ୍ବାଇଁ, ଜିତେନ୍ଦ୍ର ବାରିକ, ସୁବ୍ରତ ଭୁଏ ଏବଂ ସାଗର ମେହେର। ଏ ନେଇ ଥାନାରେ କେସ ନଂ. ୭୮/୨୦ ରେ ଏକ ମାମଳା ରୁଜୁ ହୋଇଛି।

ସେହିପରି ଅନ୍ୟ ଦୁଇଜଣ ଏକ ବାଇକ ଯୋଗେ ୨୦ ଲିଟର ଦେଶୀ ରନ୍ଧା ମଦ ଆଣୁଥିବାବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି। ସେମାନେ ହେଲେ ଖଗେଶ୍ୱର ଭୁଏ ଏବଂ ମଦନ ଭୁଏ। ସେମାନଙ୍କ ନିକଟରୁ ବାଇକ ଏବଂ ମଦ ଜବତ କରାଯାଇଛି। ଏ ନେଇ ଥାନା କେସ ନଂ. ୭୭/୨୦ରେ ମାମଳା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri