Posted inଖେଳ

ଲକ୍‌ଡାଉନ୍‌ ଏକ୍ସଟେନଶନ: ସବୁ ଜାତୀୟ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖିଲା ହକି ଇଣ୍ଡିଆ

ନୂଆଦିଲ୍ଲୀ,୧୪।୪(ପି.ଟି.)- କୋଭିଡ୍‌-୧୯ ମୁକାବିଲା ପାଇଁ ଦେଶରେ ଚାଲିଥିବା ଲକ୍‌ଡାଉନ୍‌ ଅବଧି ମେ ୩ ତାରିଖରୁ ବୃଦ୍ଧି ପାଇଥିବା ବେଳେ ହକି ଇଣ୍ଡିଆ ମଧ୍ୟ ଏ ସଂକ୍ରାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସାରା ଦେଶରେ ଆୟୋଜନ ହେବାକୁ ଥିବା ସବୁପ୍ରକାର ଜାତୀୟ ଚାମ୍ପିୟନଶିପ୍‌କୁ ହକି ଇଣ୍ଡିଆ ଅନିର୍ଦ୍ଦିିଷ୍ଟ କାଳ ପାଇଁ ସ୍ଥଗିତ ରଖଛି। ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଏହି ଟୁର୍ନାମେଣ୍ଟଗୁଡିକ ଏପ୍ରିଲ ୨୯ରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏଗୁଡିକୁ ସ୍ଥଗିତ ରଖାଯାଇଛି ବୋଲି ହକି ଇଣ୍ଡିଆ ତରଫରୁ କୁହାଯାଇଛି।

ହକି ସହିତ ଜଡିତ ରହୁଥିବା ସବୁ ବ୍ୟକ୍ତିବିଶେଷ, ଖେଳାଳି, କୋଚ, ଆୟୋଜକ, ପ୍ରଶଂସକ ଓ ଅଫିସିଆଲଙ୍କ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ୨୦୨୦ରେ ବାକିଥିବା ହକି ଇଣ୍ଡିଆ ଜାତୀୟ ଚାମ୍ପିୟନଶିପ୍‌ଗୁଡିକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି। ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ଟୁର୍ନାମେଣ୍ଟଗୁଡିକୁ ବାତିଲ କରାଯାଇଛି ଓ କୋଭିଡ୍‌-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ଓ ସ୍ଥିତି ସ୍ବାଭାବିକ ହେବା ପରେ ନୂଆ ତାରିଖ ନେଇ ଘୋଷଣା ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି। ସର୍ବସାଧାରଣଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସହ ମିଳିତ ଭାବେ କାର୍ଯ୍ୟକରୁଛୁ ଓ ଆବଶ୍ୟକ ଆଗୁଆ ପଦକ୍ଷେପ ନେଉଛୁ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ସବୁ ଅଂଶଗ୍ରହଣକାରୀ ମେମ୍ବର ୟୁନିଟ୍‌ ପୋର୍ଟାଲ ଓ ଖେଳାଳିଙ୍କ ବିବରଣୀକୁ ଅପଡେଟ୍‌ କରିବାକୁ କୁହାଯାଇଛି। ଏହି କଷ୍ଟକର ନିଷ୍ପତ୍ତି ନେବାରେ ସହଯୋଗ କରିଥିବାରୁ ସବୁ ଆୟୋଜକ ମେମ୍ବର ୟୁନିଟ୍‌କୁ ସେ ଧନ୍ୟବାଦ ଜଣାଇଛନ୍ତି।

ସ୍ଥଗିତ ରଖାଯାଇଥିବା ଟୁର୍ନାମେଣ୍ଟଗୁଡିକରେ ୧୦ମ ହକି ଇଣ୍ଡିଆ ଜୁନିୟର ମହିଳା ନ୍ୟାଶନାଲ ଚାମ୍ପିୟନଶିପ୍‌ ୨୦୨୦, ୧୦ମ ହକି ଇଣ୍ଡିଆ ଜୁନିୟର ପୁରୁଷ ନ୍ୟାଶନାଲ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସବ୍‌ ଜୁନିୟର ମହିଳା ନ୍ୟାଶନାଲ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସବ୍‌ ଜୁନିୟର ପୁରୁଷ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସିନିୟର ପୁରୁଷ ନ୍ୟାଶନାଲ ଚାମ୍ପିୟନଶିପ୍‌ ଭଳି ଟୁର୍ନାମେଣ୍ଟ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?