Posted inଖେଳ

ଲକ୍‌ଡାଉନ୍‌ ଏକ୍ସଟେନଶନ: ସବୁ ଜାତୀୟ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖିଲା ହକି ଇଣ୍ଡିଆ

ନୂଆଦିଲ୍ଲୀ,୧୪।୪(ପି.ଟି.)- କୋଭିଡ୍‌-୧୯ ମୁକାବିଲା ପାଇଁ ଦେଶରେ ଚାଲିଥିବା ଲକ୍‌ଡାଉନ୍‌ ଅବଧି ମେ ୩ ତାରିଖରୁ ବୃଦ୍ଧି ପାଇଥିବା ବେଳେ ହକି ଇଣ୍ଡିଆ ମଧ୍ୟ ଏ ସଂକ୍ରାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସାରା ଦେଶରେ ଆୟୋଜନ ହେବାକୁ ଥିବା ସବୁପ୍ରକାର ଜାତୀୟ ଚାମ୍ପିୟନଶିପ୍‌କୁ ହକି ଇଣ୍ଡିଆ ଅନିର୍ଦ୍ଦିିଷ୍ଟ କାଳ ପାଇଁ ସ୍ଥଗିତ ରଖଛି। ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଏହି ଟୁର୍ନାମେଣ୍ଟଗୁଡିକ ଏପ୍ରିଲ ୨୯ରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏଗୁଡିକୁ ସ୍ଥଗିତ ରଖାଯାଇଛି ବୋଲି ହକି ଇଣ୍ଡିଆ ତରଫରୁ କୁହାଯାଇଛି।

ହକି ସହିତ ଜଡିତ ରହୁଥିବା ସବୁ ବ୍ୟକ୍ତିବିଶେଷ, ଖେଳାଳି, କୋଚ, ଆୟୋଜକ, ପ୍ରଶଂସକ ଓ ଅଫିସିଆଲଙ୍କ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ୨୦୨୦ରେ ବାକିଥିବା ହକି ଇଣ୍ଡିଆ ଜାତୀୟ ଚାମ୍ପିୟନଶିପ୍‌ଗୁଡିକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ହକି ଇଣ୍ଡିଆ ଅଧ୍ୟକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି। ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ଟୁର୍ନାମେଣ୍ଟଗୁଡିକୁ ବାତିଲ କରାଯାଇଛି ଓ କୋଭିଡ୍‌-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ଓ ସ୍ଥିତି ସ୍ବାଭାବିକ ହେବା ପରେ ନୂଆ ତାରିଖ ନେଇ ଘୋଷଣା ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି। ସର୍ବସାଧାରଣଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସହ ମିଳିତ ଭାବେ କାର୍ଯ୍ୟକରୁଛୁ ଓ ଆବଶ୍ୟକ ଆଗୁଆ ପଦକ୍ଷେପ ନେଉଛୁ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ସବୁ ଅଂଶଗ୍ରହଣକାରୀ ମେମ୍ବର ୟୁନିଟ୍‌ ପୋର୍ଟାଲ ଓ ଖେଳାଳିଙ୍କ ବିବରଣୀକୁ ଅପଡେଟ୍‌ କରିବାକୁ କୁହାଯାଇଛି। ଏହି କଷ୍ଟକର ନିଷ୍ପତ୍ତି ନେବାରେ ସହଯୋଗ କରିଥିବାରୁ ସବୁ ଆୟୋଜକ ମେମ୍ବର ୟୁନିଟ୍‌କୁ ସେ ଧନ୍ୟବାଦ ଜଣାଇଛନ୍ତି।

ସ୍ଥଗିତ ରଖାଯାଇଥିବା ଟୁର୍ନାମେଣ୍ଟଗୁଡିକରେ ୧୦ମ ହକି ଇଣ୍ଡିଆ ଜୁନିୟର ମହିଳା ନ୍ୟାଶନାଲ ଚାମ୍ପିୟନଶିପ୍‌ ୨୦୨୦, ୧୦ମ ହକି ଇଣ୍ଡିଆ ଜୁନିୟର ପୁରୁଷ ନ୍ୟାଶନାଲ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସବ୍‌ ଜୁନିୟର ମହିଳା ନ୍ୟାଶନାଲ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସବ୍‌ ଜୁନିୟର ପୁରୁଷ ଚାମ୍ପିୟନଶିପ୍‌, ୧୦ମ ହକି ଇଣ୍ଡିଆ ସିନିୟର ପୁରୁଷ ନ୍ୟାଶନାଲ ଚାମ୍ପିୟନଶିପ୍‌ ଭଳି ଟୁର୍ନାମେଣ୍ଟ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri