ଲକ୍‌ଡାଉନ୍‌: ଔଷଧ ନାଁରେ ବାହାରେ ବୁଲୁଛନ୍ତି ଲୋକେ

ରଘୁନାଥପୁର, ୨୮।୩ (ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ ରଘୁନାଥପୁର ବ୍ଲକ ଅଞ୍ଚଳରେ ଲୋକମାନେ ଏହାକୁ ମାନୁ ନ ଥିବା ଦେଖାଯାଉଛି। ଔଷଧ ନହେଲେ ଖାଦ୍ୟ ସାମଗ୍ରୀ ଆଣିବା ନଁାରେ ଅନେକ ଲୋକ ଘରୁ ବାହାରି ପଦାରେ ବୁଲୁଛନ୍ତି। ବ୍ଲକ ଅଧୀନ ରଘୁନାଥପୁର ଓ ରେଢ଼ୁଆ ହାଟରେ ଅନେକ ସମୟରେ ଲୋକଙ୍କ ଗହଳି ଲାଗି ରହୁଥିବାରୁ ସ୍ଥାନୀୟ ତହସିଲଦାର ପୋଲିସ ସହ ସେଠାରେ ପହଞ୍ଚତ୍ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରି ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଏହାଛଡ଼ା ସପ୍ତାହକୁ ଦୁଇ ଦିନ ବସୁଥିବା ଏହି ହାଟ ଗୋଟିଏ ଦିନ ବସିବ (ସମୟ ସକାଳ ୯ଟାରୁ ଅପରାହ୍ନ ୧ଟା) ପର୍ଯ୍ୟନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ଅପ୍ୟପଟେ ଲକ୍‌ଡାଉନ୍‌ ପାଇଁ ରଘୁନାଥପୁର, ତାରପୁର ବାଇପାସ୍‌, ଜଇପୁର ଛକ, ରେଢୁଆ ହାଟ, ତରିକୁନ୍ଦ ବଜାର ଓ ବିଭିନ୍ନ ଜନଗହଳିପୂର୍ଣ୍ଣ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିଭିନ୍ନ ସମୟରେ ଗାଁ ଭିତରକୁ ପିସିଆର୍‌ ଭ୍ୟାନ୍‌ ପଶି ପରିସ୍ଥିତି ଉପରେ ନଜର ରଖୁଛନ୍ତି। ଅନ୍ୟପଟେ ରାଜ୍ୟ ବା ଦେଶ ବାହାରୁ ଆସିଥିବା ୨୫ ଜଣଙ୍କୁ ହୋମ୍‌ ଆଇଶୋଲେସନରେ ରଖାଯାଇଥିବା ବେଳେ ପ୍ରତିଦିନ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ସୁକାନ୍ତ କୁମାର ଦଳାଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri