ଲକ୍‌ଡାଉନ୍‌ କଟକଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁ: ଆଡ଼ମ୍ବରରେ କଲେ ପୁଅର ବିବାହ

ବେଙ୍ଗାଲୁରୁ,୧୭।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ବନାଇ ରଖିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ଅପିଲ୍‌ ମଧ୍ୟ କରାଯାଉଛି। ହେଲେ ଏହାକୁ ସାଧାରଣ ଜନତା ତ ଛାଡ଼ ରାଜନେତା ମଧ୍ୟ ମାନୁ ନ ଥିବା ଦେଖିବାକୁ ମିଳିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବେଙ୍ଗାଲୁରୁରେ। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ସହ ଆଡ଼ମ୍ବରରେ ପୁଅର ବିବାହ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ରାମନଗର ଜିଲାରେ ଥିବା ଫାର୍ମ ହାଉସ୍‌ରେ କୁମାରସ୍ବାମୀ ପୁଅ ନିଖିଲ ଓ ରେବତୀଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ଏହି ବିବାହକୁ ସମ୍ପୂର୍ଣ୍ଣ ବ୍ୟକ୍ତିଗତ ରଖାଯାଇଥିବା ବେଳେ ଏଥିରେ ପରିବାରର ମାତ୍ର ୭୦ଜଣ ସାମିଲ ହେବେ ବୋଲି ଜିଲା ପ୍ରଶାସନକୁ ସୂଚନା ଦିଆଯାଇଥିଲା। ବିବାହ କାର୍ଯ୍ୟକ୍ରମ ରୀତିନୀତି ଅନୁସାରେ ହୋଇଥିଲା। ଏହି ସମୟରେ ସାମାଜିକ ଦୂରତ୍ୱକୁ ଧ୍ୟାନରେ ରଖାଯାଇ ଅତିଥିଙ୍କ ବସିବା ପାଇଁ ଚେୟାରର ଆୟୋଜନ କରାଯାଇଥିଲା।

କିନ୍ତୁ ଠିକ୍‌ ମଙ୍ଗଳସୂତ୍ର ପିନ୍ଧାଇବା ସମୟରେ ଅର୍ଥାତ୍‌ ପରିବାରର ସମସ୍ତ ଲୋକ ବର କନ୍ୟାଙ୍କୁ ଘେରିଯାଇଥିଲେ। ପ୍ରାୟ ୧ଘଣ୍ଟା ଧରି ସେମାନେ ବର କନ୍ୟାଙ୍କୁ ଘେରି ରହିଥିବା ନଜର ଆସିଛି। ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ସୂଚନା ମୁତାବକ ପୁର୍ବରୁ କୁମାରସ୍ବାମୀଙ୍କୁ ଏହି ବିବାହ ସ୍ଥଗିତ କରିବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ସେ ଜ୍ୟୋତିଷଙ୍କ କଥା ମାନି ଲକ୍‌ଡାଉନ୍‌ ଓ କରୋନା ସଙ୍କଟ ମଧ୍ୟରେ ଆଡ଼ମ୍ବରରେ ପୁଅ ନିଖିଲର ବିବାହ କରାଇଥିଲେ। ଅପରପକ୍ଷେ ଏହି ବିବାହ କାର୍ଯ୍ୟକ୍ରମ ଉପରେ ସ୍ଥାନୀୟ ପୋଲିସ ନଜର ରଖିବା ସହ ନିୟମ ଉଲ୍ଲଂଘନ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ପୂର୍ବରୁ କର୍ନାଟକ ସରକାର ନିର୍ଦ୍ଦେଶ ଦେଇଥିଲେ। ଲକ୍‌ଡାଉନ୍‌ ସମୟରେ ଏଭଳି କେତେକ ଫଟୋ ସାମ୍ନାକୁ ଆସିଛି ଯେଉଁଥିରେ ଭିଡିଓ କନ୍‌ଫରେନ୍ସିଂରେ ଯୁବକ ଯୁବତୀ ବିବାହ କରୁଥିବା ଦେଖିବାକୁ ମିଳିଛି। ହେଲେ ରାଜନେତାଙ୍କ ଏହି ସାହି ବିବାହ ଆୟୋଜନ ସବୁ ମହଲରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri