ଲକ୍‌ଡାଉନ୍‌ ନ ମାନି ୪ ଗିରଫ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ପାଟ୍ରୋଲିଂ କରାଯିବା ସହ ଦୁଇ ଥାନାର ପୋଲିସ ଏବେ କଠୋର ହୋଇପଡ଼ିଛି। ଯେଉଁଠି ଲକ୍‌ଡାଉନ୍‌ ଖିଲାପ ହେଉଛି ସେଠି ଗିରଫ କରିବା ସହ କିଛି ସ୍ଥାନରେ ଅମାନିଆ ଗ୍ୟାଙ୍ଗର ଏକ ପୋଷ୍ଟର କରି ସେମାନଙ୍କୁ ସେଠାରେ ଠିଆ କରାଯାଉଛି। ସେହିପରି ସେମାନେ ବ୍ୟବହାର କରୁଥିବା ଗାଡ଼ିକୁ ପୋଲିସ ସମାନ ଢଙ୍ଗରେ ହିନସ୍ତିଆ ଗାଡ଼ି ପୋଷ୍ଟର କରି ଉକ୍ତ ଗାଡ଼ିଗୁଡ଼ିକ ସେଠାରେ ରଖି ତାଙ୍କ ଫଟୋକୁ ସୋସିଆଲ ମିଡିଆରେ ଛାଡ଼ି ଲଜ୍ଜିତ କରୁଛି। ଏଭଳି ଢଙ୍ଗରେ ଯେଉଁମାନେ ଲଜ୍ଜିତ ହୋଇ ମଧ୍ୟ ବାହାରେ ବୁଲାବୁଲି କରୁଛନ୍ତି ସେମାନଙ୍କୁ ଗିରଫ କରୁଛି। ଦାରିଙ୍ଗବାଡ଼ି ଥାନା କିରୁକୁଟି ଅଞ୍ଚଳରେ ଏଭଳି ବୁଲାବୁଲି କରୁଥିବା ୪ ଜଣଙ୍କୁ ଗିରଫ କରାଯାଇଥିବା ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ କହିଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ଶ୍ରୀକାନ୍ତ ନାୟକ, ରମେଶ ନାୟକ, ନିଲାଶ ମାଝୀ, ଏବଂ ପବିତ୍ର ଦଣ୍ଡସେନା ।କନ୍ଧମାଳ ଏସ୍‌ପି ପ୍ରତୀକ ସିଂ ଏବଂ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକଙ୍କ ନିର୍ଦ୍ଦେଶ କ୍ରମେ ଏଭଳି ପଦକ୍ଷେପ ନିଆଯାଉଛି। ଜଣେ ଡିଏସ୍‌ପି ଦାରିଙ୍ଗବାଡ଼ିରେ ଏହାର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri