ଲକ୍‌ଡାଉନ୍‌ ପରେ ଉହାନ୍‌ ଛାଡ଼ିଥିବା ୫୦ ଲକ୍ଷରୁ ଅଧିକ ଲୋକଙ୍କର ଏପର୍ଯ୍ୟନ୍ତ ମିଳିନି ଖୋଜ୍‌ଖବର !

ବେଜିଂ,୭।୪: କରୋନା ସଂକ୍ରମଣରେ ଚାଇନାରେ ପ୍ରକୃତରେ କେତେ ଲୋକଙ୍କ ମୃତ୍ୟୁ ଘଟିଛି ଏନେଇ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ସରକାରୀ ରିପୋର୍ଟରେ ଏହା ୩ ହଜାର ୨ ଶହରୁ ଅଧିକ ବୋଲି ଦର୍ଶାଯାଇଛି। ତେବେ ବେସରକାରୀ ରିପୋର୍ଟରେ ଏହା ବହୁ ଅଧିକ ବୋଲି କୁହାଯାଉଛି। ଇତିମଧ୍ୟରେ ଏଠାରେ ୨ କୋଟିରୁ ଅଧିକ ଆକ୍ଟିଭ୍‌ ମୋବାଇଲ୍‌ ଗ୍ରାହକ ହଠାତ୍‌ ନିଷ୍କ୍ରିୟ ହୋଇଯିବା ଟେଲିକମ୍‌ ଅପରେଟରଙ୍କୁ ଚକିତ କରିଛି। ସେହିପରି କରୋନାର ଉତ୍ପତ୍ତିସ୍ଥଳ ଉହାନରେ ଲକ୍‌ଡାଉନ୍‌ ଜାରି ହେବାର ୪ ଦିନ ପରେ ଜାନୁୟାରୀ ୨୭ରେ ସହରର ମେୟର ଝୋଉ ଶିୟାନଓ୍ବେଙ୍ଗ୍‌ ଦେଇଥିବା ମନ୍ତବ୍ୟ ଏବେ ସମସ୍ତଙ୍କୁ ସନ୍ଦେହରେ ପକାଇଛି। ସେ କହିଥିଲେ ଲକ୍‌ଡାଉନ୍‌ ଜାରି ହେବା ପରେ ସହରର ୫୦ ଲକ୍ଷରୁ ଅଧିକ ବାସିନ୍ଦା କେଉଁ ଆଡ଼େ ଚାଲି ଯାଇଛନ୍ତି। ତେବେ ସହର ଛାଡ଼ିଥିବା ଏସବୁ ଲୋକଙ୍କର ବର୍ତ୍ତମାନ ସୁଦ୍ଧା କୌଣସି ଖୋଜ୍‌ ଖବର ନ ମିଳିବା ଅନ୍ତର୍ଜାତୀୟସ୍ତରରେ ସନ୍ଦେହ ସୃଷ୍ଟି କରୁଛି। ସେହିପରି ରାତିରେ ଏହି ଅଞ୍ଚଳର ବହୁ ଘରେ ଆଲୋକ ଜଳୁ ନ ଥିବା ଉପଗ୍ରହ ଦ୍ୱାରା ଉତ୍ତୋଳିତ ହୋଇଥିବା ଫଟୋରୁ ଜଣାପଡ଼ିଛି। ଏତେ ସଂଖ୍ୟକ ଘରେ ରାତିରେ ଆଲୋକ ନଜ ଜଳିବା ମୃତକଙ୍କ ପ୍ରକୃତ ସଂଖ୍ୟା ଉପରେ ପ୍ରଶ୍ନ ଚିହ୍ନ ଲଗାଇଛି। ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri