ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା ଶ୍ରମିକ ରଜନୀ ପଟେଲଙ୍କ ଏକବର୍ଷର ପୁଅ ସୌର୍ଯ୍ୟ ଅସୁସ୍ଥ ହୋଇ ପଡ଼ିଥିଲେ। ମା’ କ୍ଷୀର ହେଉ ନ ଥିବା ଯୋଗୁ ରଜନୀ ତାଙ୍କୁ ଚିନି ପାଣି ପିଆଉଥିଲେ। ତେବେ ଶୁକ୍ରବାର ଶିଶୁର ଅବସ୍ଥା ଗୁରୁତର ହୋଇ ପଡ଼ିଥିଲା । ଶ୍ରମିକମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇବା ପାଇଁ ଯାଇଥିବାବେଳେ ତାହା ସ୍ବେଚ୍ଛାସେବୀ ବିକାଶ ଅଗ୍ରୱାଲ ଏବଂ ଆଲୋକ ପ୍ରଧାନଙ୍କ ଦୃଷ୍ଟିରେ ପଡ଼ିଥିଲା । ଏହାପରେ ଉଭୟ ସ୍ବେଚ୍ଛାସେବୀ ଅସୁସ୍ଥ ଶିଶୁକୁ ତା ମା’ଙ୍କ ସହିତ ବରଗଡ଼ର ମହିଳା ଡାକ୍ତର ସୁସ୍ମିତା ଦାଶଙ୍କ ପାଖକୁ ଆଣିଥିଲେ । ଡା. ଦାଶ ମାଗଣାରେ ଚିକିତ୍ସା କରିବା ସହିତ ଶିଶୁକୁ ଔଷଧ ଆଦି ପ୍ରଦାନ କରିଥିଲେ । ଏହା ସହିତ ଶିଶୁର ମାଙ୍କୁ ମଧ୍ୟ ସହାୟତା ପ୍ରଦାନ କରିବା ସହ ୩ ଦିନ ପରେ ପୁଣି ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ତାଙ୍କ ପାଖକୁ ଆଣିବା ପାଇଁ କହିଥିଲେ। ଅସୁସ୍ଥ ଶିଶୁ ପ୍ରତି ସ୍ବେଚ୍ଛାସେବୀଙ୍କ ଏଭଳି ସହଯୋଗ ଏବଂ ଡା. ଦାଶଙ୍କ ବଦାନ୍ୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri