ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ ଶ୍ରମିକମାନଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ସବୁ ହିତାଧିକାରୀଙ୍କୁ ରାଜ୍ୟ ସରକାର ୩ ମାସର ଆଗୁଆ ରାସନ ଦେଉଛନ୍ତି। ୯୪ ଲକ୍ଷ ପରିବାରକୁ ୧ ହଜାର ଟଙ୍କା ଲେଖାଏ ସହାୟତା ଯୋଗାଇ ଦେବେ। ଏଥିରେ ୯୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ସାମାଜିକ ସୁରକ୍ଷା ଯୋଜନାରେ ୪୮ ଲକ୍ଷ ହିତାଧିକାରୀମାନଙ୍କୁ ୪ମାସର ଆଗୁଆ ଭତ୍ତା ଦିଆଯାଉଛି। ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ରାଜ୍ୟର ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ। ଏଥିରେ ୩୩୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଘରେ ରହି କରୋନା ଠାରୁ ଦୂରରେ ରହିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri