ଲକ୍‌ଡାଉନ୍‌ ଯୋଗୁ ବଢୁଛି ଅବସାଦ: ସୃଷ୍ଟି ହେଉଛି ଆତ୍ମହତ୍ୟା ପ୍ରବୃତ୍ତି

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ତେବେ ଏହାର ନକାରାତ୍ମକ ପ୍ରଭାବ ଧୀରେଧୀରେ ଲୋକଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ଆଗାମୀ ଦିନରେ ମାନସିକ ରୋଗୀଙ୍କ ବଢ଼ିବାର ଆଶଙ୍କା ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଖାଦ୍ୟ, ଆର୍ଥିକ ସ୍ଥିତି ଏବଂ ଅନିଶ୍ଚିତତା ଯୋଗୁ ଲୋକେ ସମସ୍ୟାରେ ପଡୁଛନ୍ତି। କେତେକଙ୍କ ମଧ୍ୟରେ ଅବସାଦ ଦେଖାଦେବା ଆରମ୍ଭ କରିଥିବା ହରିୟାଣା ସ୍ବାସ୍ଥ୍ୟ ବିଭାଗର ମେଣ୍ଟାଲ ହେଲଥ୍‌ ଡିଭିଜନ ପକ୍ଷରୁ ପ୍ରକାଶିତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଅବସାଦ ଯୋଗୁ ଲୋକଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ସୃଷ୍ଟି ହେଉଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଏନେଇ ମେଣ୍ଟାଲ ହେଲଥ୍‌ ଡିଭିଜନ ପକ୍ଷରୁ ଲୋକଙ୍କୁ ସତର୍କ କରାଯିବା ସହିତ କିଭଳି ଅବସାଦରୁ ଦୂରେଇ ରହିହେବ ସେଥିପାଇଁ ଉଦ୍ୟମ ଆରମ୍ଭ ହୋଇଛି। ୨୧୧ ଜଣ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିପାଇଁ ହେଲପ୍‌ଲାଇନ୍‌ ନମ୍ବର ୧୦୫୭ ଜାରି କରାଯାଇଛି ବୋଲି ରାଜ୍ୟର ମେଣ୍ଟାଲ ହେଲଥ୍‌ ସର୍ଭିସ୍‌ ନିର୍ଦ୍ଦେଶକ ତଥା ପ୍ରୋଗ୍ରାମ୍‌ ଅଫିସର ଡ. ବୀଣା ସିଂ ସୂଚନା ଦେଇଛନ୍ତି। ହଠାତ୍‌ ପରିସ୍ଥିତିରେ ପରିବର୍ତ୍ତନ ଆସିଥିବାରୁ ବହୁ ଲୋକ ବିଚଳିତ ହୋଇପଡ଼ିଛନ୍ତି। ସେମାନେ ନିଜର ପୁରୁଣା ଚଳଣୀରେ ପରିବର୍ତ୍ତନ ଆଣିବାକୁ ସକ୍ଷମ ହୋଇ ପାରୁ ନାହାଁନ୍ତି। ସେହିପରି କେତେକ ରୋଜଗାର ହରାଇ ଘରେ ବସିଥିବାରୁ ସେମାନଙ୍କୁ ଭବିଷ୍ୟତ ଚିନ୍ତା ଘାରିଛି। ଏସବୁ ଯୋଗୁ ଲୋକଙ୍କ ମଧ୍ୟରେ ଅବସାଦ ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri