ଲକ୍‌ଡାଉନ୍‌ ଯୋଗୁ ମାସ୍କ ପିନ୍ଧି ବେଦୀରେ ବସିଲେ ବରକନ୍ୟା, ସାମାଜିକ ଦୂରତ୍ୱ ରକ୍ଷା କରି ବିବାହ ସମ୍ପନ୍ନ

ସୁନ୍ଦରଗଡ଼, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଲକ୍‌ଡାଉନ୍‌ ଅବଧି ମେ ୩ କୁ ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ସୁନ୍ଦରଗଡ଼ ଜିଲାରେ ପୂର୍ବରୁ ଲଗ୍ନ ସ୍ଥିର ହୋଇଥିବା ବର କନ୍ୟା ମୁହଁରେ ମାସ୍କ ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷା କରି ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସରକାରୀ ନୀତି ନିୟମାନୁଯାୟୀ ଉଭୟ ପକ୍ଷ ମାସ୍କ ପିନ୍ଧି ସାମାଜିକ ଦୂରତା ରଖି ବିବାହରେ ସାମିଲ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ସୁନ୍ଦରଗଡ଼ର ଜଣାଶୁଣା ଆଇନଜୀବୀ ତଥା ସମାଜ ସେବୀ ସ୍ନେହଲତା ଓ ଶିକ୍ଷକ ମଦନ ମୋହନ ପଟେଲଙ୍କ ଏକ ମାତ୍ର ପୁଅ ଅମ୍ରିତଙ୍କ ବିବାହ ଲେଫ୍ରିପଡ଼ା ବ୍ଲକ ଝାରଗାଁ ନିବାସୀ ଅରୁଣ ପଟେଲ ସୁଷମାଙ୍କ କନ୍ୟା ଶୁଭଶ୍ରୀଙ୍କ ସହିତ ବିବାହ ସକାଶେ ଗତ ଅପ୍ରେଲ ୧୧ ତାରିଖ ରେ ପ୍ରଥମେ ସ୍ଥିର ହୋଇଥିଲା। ମାତ୍ର ଲକ ଡାଉନ ଅବଧି ସରି ନ ଥିବାରୁ ଏହି ବିବାହ ଅପ୍ରେଲ ୧୭ ହେବାକୁ ଧାର୍ଯ୍ୟ। ହେଲେ ଲକ୍‌ଡାଉନ୍‌ ଅବଧି ପୁଣି ବଢିଥିବା ପରେ ଉଭୟ ପରିବାର ପ୍ରଶାସନର ଅନୁମତି ଆଣି ଏହି ବିବାହ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ବିବାହ ବେଳେ ବେଦୀ ଉପରେ ପଣ୍ଡିତ ମଧ ସାମାଜିକ ଦୂରତ୍ୱକୁ ବଜାୟ ରଖି ମନ୍ତ୍ର ଉଚ୍ଚାରଣ କରି ବରକନ୍ୟାଙ୍କ ହାତଗଣ୍ଠି ପକାଇଥିଲେ। ବିବାହ ଉତ୍ସବ ରେ ଯୋଗ ଦେବାକୁ ଆସିଥିବା ଲୋକଙ୍କୁ ପ୍ରଥମେ ସେମାନଙ୍କ ହାତରେ ସାନିଟାଇଜର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri