ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ ଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ ଭିକ୍ଷାବୃତ୍ତି କରୁଥିବା ଲୋକେ ମଧ୍ୟ ଖାଇବାକୁ ନ ପାଇ ହଇରାଣ ହରକତ ହେଉଥିବା ଦେଖିବାକୁ ମିଳୁୁଛି। ତେବେ ଏଭଳି ଲୋକଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ଝାରସୁଗୁଡ଼ା ସହରର କିଛି ଯୁବ ସମାଜସେବୀ। ସହରର କମଲ ଶାହା, ଆଦର୍ଶ କେଡିଆ ଓ ଅନିଲ ଅଗ୍ରୱାଲା ପ୍ରମୁଖ ଲକ୍‌ଡାଉନ୍‌ ହେବା ଦିନଠାରୁ ଏଭଳି ମହତ କାର୍ଯ୍ୟ କରୁଛନ୍ତି। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ରାସ୍ତାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ଚା’ ଓ ଜଳଖିଆ ପ୍ରଦାନ କରୁଛନ୍ତି। ସେହିପରି ଦିନବେଳା ଓ ରାତିରେ ସହରର ବିଭିନ୍ନ ସ୍ଥାନରେ ଅସହାୟ ଭାବେ ଘୂରି ବୁଲୁଥିବା ବ୍ୟକ୍ତି, ବିଭିନ୍ନ ମନ୍ଦିର, ରେଳ ଷ୍ଟେଶନ, ବସଷ୍ଟାଣ୍ଡ ଓ ରାସ୍ତାକଡ଼ରେ ବସି ରହୁଥିବା ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଉଛନ୍ତି। ଏଭଳି ଜରୁରିକାଳୀନ ପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏଣୁ ପରସ୍ପର ମଧ୍ୟରେ ଆଲୋଚନା କରି ଏହି କାର୍ଯ୍ୟ ଆରମ୍ଭ କରାଯାଇଛି। ଯୁବଗୋଷ୍ଠୀଙ୍କ ଏପରି କାର୍ଯ୍ୟକୁ ପ୍ରଶାସନ ସମେତ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri