ଲକ୍‌ଡାଉନ୍‌: ସାହାଯ୍ୟକାରୀ ପୋଲିସଙ୍କ ନାମ ଅନୁସାରେ ପୁଅର ନାମ ରଖିଲେ ତମନ୍ନା

ବରେଲି,୨୭।୩: ଉତ୍ତରପ୍ରଦେଶ ବରେଲିରେ ତମନ୍ନା ଖାଁ ନାମକ ଜଣେ ୨୬ ବର୍ଷୀୟା ମହିଳା ଗୁରୁବାର ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିବା ବେଳେ ପିଲାଟିର ନାଁ ରଖିଛନ୍ତି ରଣବୀଜୟ ଖାଁ। ତେବେ ଏହା ପଛର କାହାଣୀ ସମସ୍ତଙ୍କ ପାଇଁ ଏକ ଭିନ୍ନ ବାର୍ତ୍ତା ପ୍ରଦାନ କରିଛି। ଡାକ୍ତର ଦେଇଥିବା ସମୟ ଅନୁସାରେ ତମନ୍ନାଙ୍କ ପ୍ରସବ ୨୫ ମାର୍ଚ୍ଚରେ ହେବାର ଥିଲା। ସମୟ ପାଖେଇ ଆସଲା। ହେଲେ ତାଙ୍କ ସ୍ବାମୀ ନଏଡ଼ାରେ ଏମ୍ରୋଡୋରୀ ଓ୍ବାର୍କର ଭାବେ କାମ କରୁଥିବା ବେଳେ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ପରେ ସେ ଆଉ ନଏଡା ଫେରିପାରି ନ ଥିଲେ। ଅନ୍ୟପଟେ ତାଙ୍କ ଶାଶୁ ଘରେ ମଧ୍ୟ କେହି ନ ଥିଲେ ତାଙ୍କୁ ହସ୍ପିଟାଲ ନେବାପାଇଁ। ଏପଟେ ସମୟ ପାଖେଇ ଆସୁଥିବାରୁ ତମନ୍ନା କୌଣସି ଉପାୟ ନ ପାଇ ସୋସିଆଲ ମିଡିଆରେ ଏକ ଭିଡ଼ିଓ ପୋଷ୍ଟ କରିଥିଲେ। ଯେଉଁଥିରେ ସେ ଅନୁରୋଧ କରିଥିଲେ ତାଙ୍କ ସ୍ବାମୀଙ୍କୁ ତାଙ୍କ ନିକଟକୁ ପହଞ୍ଚାଇବାରେ ପ୍ରଶାସନ ସାହାଯ୍ୟ କରୁ। ଏହି ଭିଡ଼ିଓ ଦେଖିବା ପରେ ବରେଲିର ଏସ୍‌ଏସ୍‌ପି ଏକଥା ଏଡିସିପି ରଣବୀଜୟ ସିଂଙ୍କୁ ଜଣାଇଥିଲେ। ଏହାପରେ ନଏଡାରେ ଥିବା ତମନ୍ନାଙ୍କ ସ୍ବାମୀ ଅନିଶ ଖାଁଙ୍କୁ ଆଣି ବରେଲିରେ ପହଞ୍ଚାଇଥିଲା ପୋଲିସ। ଅନ୍ୟପଟେ ତମନ୍ନାଙ୍କ ପାଖରେ କେହି ନ ଥିବାରୁ ପୋଲିସ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ମଧ୍ୟ କରାଇ ଦେଇଥିଲେ। ଗୁରୁବାର ଭୋର ସମୟରେ ତମନ୍ନା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ବେଳେ ସେ ତାର ନାମ ଏଡିସିପିଙ୍କ ନାଁ ଅନୁସାରେ ରଣବୀଜୟ ଖାଁ ରଖିବା ସହ ସମସ୍ତ ପୋଲିସଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri