ଲକ୍‌ଡାଉନ୍‌ ସ୍ଥିତି: ବାଲ୍‌କୋନିରେ ବିବାହ କଲେ ଏହି ଯୋଡ଼ି, ଝରକା ପଟେ ଶୁଭେଚ୍ଛା ଜଣାଇଲେ ପଡ଼ୋଶୀ

ସ୍ପେନ୍‌: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଥିବା ବେଳେ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ବିବାହ ପରି ସାମାଜିକ କାର୍ଯ୍ୟକ୍ରମ ପ୍ରତି ମଧ୍ୟ କଟକଣା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ପେନ୍‌ର ଏକ ଯୋଡ଼ି ଶୁକ୍ରବାର ବାଲ୍‌କୋନିରେ ଠିଆ ହୋଇ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୋଟିଏ ବର୍ଷ ପୂର୍ବରୁ ଏହି ଯୋଡ଼ିଙ୍କ ବିବାହ ହେବ ବୋଲି ସମସ୍ତ ପ୍ରସ୍ତୁତି ଚାଲିଥିଲା। ଏବେ କରୋନା ଆତଙ୍କ ଯୋଗୁ ବିବାହ ଆଡ଼ମ୍ବରରେ ନ ହୋଇ ଘରର ବାଲ୍‌କୋନିରେ ସମ୍ପନ୍ନ ହୋଇଛି।

https://www.instagram.com/p/B9usH-ho4Eh/?utm_source=ig_web_copy_link

ଏହି ବିବାହରେ ପଡ଼ୋଶୀମାନେ ଦମ୍ପତିଙ୍କୁ ଝରକା ପଟେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଭିଡିଓଟି କୋରୁଗା ସହରର ଏକ ଆପାର୍ଟମେଣ୍ଟର। ବର ଡାନିଏଲ୍‌ ସେମିନା ଏବଂ କନ୍ୟା ଅଲ୍‌ବା ଡିଆଜ୍‌ ଜୋର୍‌ରେ ପାଟି କରି ଆମେ ବିବାହ କରୁଛୁ ବୋଲି କହିଥିଲେ। ଏଥିରେ ପଡ଼ୋଶୀମାନେ ଝରକା ପଟେ ସେମାନଙ୍କୁ ଆଶୀର୍ବାଦ କରିବା ସହ ଶୁଭେଚ୍ଛା ଜଣାଇଥିଲେ।
ଅନ୍ୟପକ୍ଷରେ ୟୁରୋପ ମହାଦେଶର ଅଧିକାଂଶ ଦେଶ କରୋନା ଭାଇରସ୍‌ରେ ପ୍ରଭାବିତ। ଏହାକୁ ଲକ୍ଷ୍ୟ ରଖି ଲକ୍‌ଡାଉନ୍‌ ସ୍ଥିତି ଜାରି କରାଯାଇଛି। ସ୍ପେନ୍‌ରେ ଶନିବାର ସକାଳ ସୁଦ୍ଧା କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୫୭୧ ହୋଇଥିବା ବେଳେ ୧୦୯୩ ଜଣଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri