ଲକ୍‌ଡାଉନ୍‌ ହଟିବା ପୂର୍ବରୁ ଚିନ୍ତା: ପ୍ରଶାସନିକ କାର୍ଯ୍ୟ ଶୃଙ୍ଖଳିତ କରିବାକୁ କମିଟି ଗଠନ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ମିଆଦ ସରିବା ପରେ ଗଞ୍ଜାମ ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଶୃଙ୍ଖଳିତ ଓ ଦକ୍ଷତାର ସହିତ ଆଗେଇ ନେବାପାଇଁ ଜିଲାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ କମିଟି ଗଠନ ହୋଇଛି। ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି କମିଟିର ଅଧ୍ୟକ୍ଷ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜସ୍ବ କମିଟିର ରୂପରେଖ ନିର୍ଣ୍ଣୟ କରିବେ। ସମସ୍ତ ବିଭାଗୀୟ ଅଧିକାରୀମାନେ ଲକ୍‌ଡାଉନ ହଟିବା ପରେ ତୁରନ୍ତ ସେବା ଯୋଗାଇ ଦେବାପାଇଁ କିପରି କାର୍ଯ୍ୟଧାରା ପ୍ରସ୍ତୁତ କରିବେ ତାର ବିବରଣୀ କମିଟି ସମ୍ମୁଖରେ ରଖିବେ। ଜିଲାପାଳଙ୍କ ଅନୁମୋଦନକ୍ରମେ କମିଟିର ସୁପାରିଶ କାର୍ଯ୍ୟକାରୀ ହେବ। ରବିବାର ଜିଲାପାଳଙ୍କ କାର୍ଯ୍ୟଳୟରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଦ୍ୱିତୀୟ ପର୍ଯ୍ୟାୟ ବୈଠକରେ ଜିଲାପାଳ ଗଞ୍ଜାମରେ କରୋନା ପାଇଁ ନିର୍ଦ୍ଧାରିତ ନିୟମ ପାଳନ କରିବାକୁ ସରପଞ୍ଚମାନଙ୍କୁ ଆହ୍ବାନ ଦେଇଛନ୍ତି। ଜିଲାରେ ଜଣେ ବି କରୋନା ଆକ୍ରାନ୍ତ ଦୃଷ୍ଟି ଗୋଚର ହେଲେ ସାଧାରଣ ଲୋକଙ୍କୁ କିପରି ଦୁର୍ଦ୍ଦଶା ଭୋଗିବାକୁ ପଡ଼ିବ ତାହା ମଧ୍ୟ ସୂଚାଇଥିଲେ। ବେସାହାରାମାନଙ୍କ ପାଇଁ ସରକାରଙ୍କ ରନ୍ଧାଖାଦ୍ୟକୁ ଜଗନ୍ନାଥଙ୍କ ମହାପ୍ରସାଦ ବୋଲି ଜିଲାପାଳ ବର୍ଣ୍ଣନା କରିଥିଲେ। ଏହାର ଦୁରୂପଯୋଗ ହେଲେ ଧର୍ମଦ୍ରୋହୀ ହେବାକୁ ପଡିବ। ସେହିପରି କୌଣସି ବାହାର ଲୋକ ଜିଲ୍ଲାରେ ମାସ୍କ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କଲେ, ସରପଞ୍ଚମାନେ ତାଙ୍କୁ ଏଥିରୁ ନିବୃତ କରିବେ। ପଞ୍ଚାୟତରେ କେହି ଯେପରି ଭୋକିଲା ନ ରୁହନ୍ତି ତାର ସାର୍ଟିଫିକେଟ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଗ୍ମ ଦସ୍ତଖତରେ ପ୍ରଶାସନକୁ ପ୍ରଦାନ କରିବେ। କୌଣସି ସାମାଜିକ କାର୍ଯ୍ୟକ୍ରମ କରି ଗହଳି କଲେ ତାଙ୍କ ବିରୋଧରେ ପୋଲିସ ଏଫ.ଆଇ.ଆର୍‌. ହେବ। ଭତ୍ତା ବଣ୍ଟନରେ ଦୁର୍ନୀତି ହେଲେ ସଂପୃକ୍ତ କର୍ମଚାରୀଙ୍କୁ ହାଜତରେ ପୁରାଇ ଦିଆଯିବ ବୋଲି ଜିଲାପାଳ ଦୃଢୋକ୍ତି ପ୍ରକାଶ କରିଥିଲେ।
ବୈଠକରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri