ଲକ୍‌ଡାଉନ୍‌ ହଟିବା ପୂର୍ବରୁ ଚିନ୍ତା: ପ୍ରଶାସନିକ କାର୍ଯ୍ୟ ଶୃଙ୍ଖଳିତ କରିବାକୁ କମିଟି ଗଠନ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ମିଆଦ ସରିବା ପରେ ଗଞ୍ଜାମ ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଶୃଙ୍ଖଳିତ ଓ ଦକ୍ଷତାର ସହିତ ଆଗେଇ ନେବାପାଇଁ ଜିଲାର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ କମିଟି ଗଠନ ହୋଇଛି। ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି କମିଟିର ଅଧ୍ୟକ୍ଷ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜସ୍ବ କମିଟିର ରୂପରେଖ ନିର୍ଣ୍ଣୟ କରିବେ। ସମସ୍ତ ବିଭାଗୀୟ ଅଧିକାରୀମାନେ ଲକ୍‌ଡାଉନ ହଟିବା ପରେ ତୁରନ୍ତ ସେବା ଯୋଗାଇ ଦେବାପାଇଁ କିପରି କାର୍ଯ୍ୟଧାରା ପ୍ରସ୍ତୁତ କରିବେ ତାର ବିବରଣୀ କମିଟି ସମ୍ମୁଖରେ ରଖିବେ। ଜିଲାପାଳଙ୍କ ଅନୁମୋଦନକ୍ରମେ କମିଟିର ସୁପାରିଶ କାର୍ଯ୍ୟକାରୀ ହେବ। ରବିବାର ଜିଲାପାଳଙ୍କ କାର୍ଯ୍ୟଳୟରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଦ୍ୱିତୀୟ ପର୍ଯ୍ୟାୟ ବୈଠକରେ ଜିଲାପାଳ ଗଞ୍ଜାମରେ କରୋନା ପାଇଁ ନିର୍ଦ୍ଧାରିତ ନିୟମ ପାଳନ କରିବାକୁ ସରପଞ୍ଚମାନଙ୍କୁ ଆହ୍ବାନ ଦେଇଛନ୍ତି। ଜିଲାରେ ଜଣେ ବି କରୋନା ଆକ୍ରାନ୍ତ ଦୃଷ୍ଟି ଗୋଚର ହେଲେ ସାଧାରଣ ଲୋକଙ୍କୁ କିପରି ଦୁର୍ଦ୍ଦଶା ଭୋଗିବାକୁ ପଡ଼ିବ ତାହା ମଧ୍ୟ ସୂଚାଇଥିଲେ। ବେସାହାରାମାନଙ୍କ ପାଇଁ ସରକାରଙ୍କ ରନ୍ଧାଖାଦ୍ୟକୁ ଜଗନ୍ନାଥଙ୍କ ମହାପ୍ରସାଦ ବୋଲି ଜିଲାପାଳ ବର୍ଣ୍ଣନା କରିଥିଲେ। ଏହାର ଦୁରୂପଯୋଗ ହେଲେ ଧର୍ମଦ୍ରୋହୀ ହେବାକୁ ପଡିବ। ସେହିପରି କୌଣସି ବାହାର ଲୋକ ଜିଲ୍ଲାରେ ମାସ୍କ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କଲେ, ସରପଞ୍ଚମାନେ ତାଙ୍କୁ ଏଥିରୁ ନିବୃତ କରିବେ। ପଞ୍ଚାୟତରେ କେହି ଯେପରି ଭୋକିଲା ନ ରୁହନ୍ତି ତାର ସାର୍ଟିଫିକେଟ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଗ୍ମ ଦସ୍ତଖତରେ ପ୍ରଶାସନକୁ ପ୍ରଦାନ କରିବେ। କୌଣସି ସାମାଜିକ କାର୍ଯ୍ୟକ୍ରମ କରି ଗହଳି କଲେ ତାଙ୍କ ବିରୋଧରେ ପୋଲିସ ଏଫ.ଆଇ.ଆର୍‌. ହେବ। ଭତ୍ତା ବଣ୍ଟନରେ ଦୁର୍ନୀତି ହେଲେ ସଂପୃକ୍ତ କର୍ମଚାରୀଙ୍କୁ ହାଜତରେ ପୁରାଇ ଦିଆଯିବ ବୋଲି ଜିଲାପାଳ ଦୃଢୋକ୍ତି ପ୍ରକାଶ କରିଥିଲେ।
ବୈଠକରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri