ଲକ୍‌ଡାଉନ୍‌ ହେଲା ଅନୁଗୋଳ ଜିଲା

ଅନୁଗୋଳ ଅଫିସ୍‌, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର ଲକ୍‌ ଡାଉନ ରହିବ। ଏହି ସମୟରେ କେବଳ ବସ୍‌, ଟ୍ରେନ୍‌ ସେବା, ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ରାଶନ ଦୋକାନ, ପରିବା ଦୋକାନ, ଆମିଷ ବଜାର, ପେଟ୍ରୋଲ ପମ୍ପ, ମେଡିସିନ୍‌ ଷ୍ଟୋର ଆଦି ଖୋଲା ରହିବ। ସେହିପରି ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍‌, ପୌରପାଳିକା, ପୋଲିସ, ଅଗ୍ନିଶମ, ପାନୀୟ ଜଳ ଓ ବିଦ୍ୟୁତ୍‌ ଅଫିସ ସହ ପ୍ରଶାସନିକ କାର୍ଯ୍ୟାଳୟଗୁଡ଼ିକ ଖୋଲା ରହିବ। ତେବେ ଲୋକମାନେ ଘର ମଧ୍ୟରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଲକ୍‌ ଡାଉନ୍‌କୁ ଦୃଷ୍ଟିରେ ରଖି ଏହି ସମୟ ମଧ୍ୟରେ ସାମାଜିକ ସୁରକ୍ଷା ଯୋଜନାରେ ପେନ୍‌ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମିଳିବାକୁ ଥିବା ସାମଗ୍ରୀର ବିତରଣ ସ୍ଥଗିତ ରଖାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଜିଲାପାଳ ପରିସ୍ଥିତି ଦେଖି କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି। ଏଥିସହ ଘରୋଇ କମ୍ପାନୀମାନଙ୍କୁ ୱାର୍କ ଫ୍ରମ ହୋମ୍‌ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କ ସ୍ବାର୍ଥ ପାଇଁ ଏହି କଟକଣା ଜାରି କରାଯାଇଥିବାବେଳେ ଯେଉଁମାନେ ଏହାର ଅବମାନନା କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri