ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ ସମ୍ପୃକ୍ତ ଉଲ୍ଲଂଘନକାରୀଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ଏବଂ ଭାରତୀୟ ଦଣ୍ଡବିଧି ଆଇନ (ଆଇପିସି) ବଳରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି।
ପ୍ରଥମେ ୨୧ ଦିନିଆ, ତା’ ପରେ ଆଉ ଦୁଇଥର ଏବଂ ରବିବାର ଚତୁର୍ଥ ଥର ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା ଅବସରରେ ଲକ୍‌ଡାଉନ୍‌ ୪ ସମ୍ପର୍କରେ ସଙ୍କେତ ଦେଇଥିଲେ। ନୂଆ ନିୟମ ସହ ଏହି ଲକ୍‌ଡାଉନ୍‌ କୋହଳ ହେବ ବୋଲି ଅନେକେ ଆଶା ବାନ୍ଧିଥିଲେ। ହେଲେ ଏଥର ମଧ୍ୟ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇବା ଭଳି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ। ଫଳରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣରୁ ଆଶା କରିଥିବା ଲୋକେ ଏବେ ନିରାଶ ହୋଇଛନ୍ତି। ଏପରି କି ଅନେକ କ୍ଷେତ୍ରରେ ଲକ୍‌ଡାଉନ୍‌ ଉଲ୍ଲଂଘନ ହେବା ନେଇ ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କୌଣସି ବ୍ୟକ୍ତି ଏହି ପଦକ୍ଷେପଗୁଡ଼ିକୁ ଅମାନ୍ୟ କଲେ ତାଙ୍କ ବିରୋଧରେ ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଆକ୍ଟ, ୨୦୦୫ର ଧାରା ୫୧ରୁ ୬୦ ପର୍ଯ୍ୟନ୍ତ ଏବଂ ଆଇପିସିର ଧାରା ୧୮୮ ଅନୁସାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। କୌଣସି ଅଧିକାରୀଙ୍କୁ କର୍ତ୍ତବ୍ୟ ପାଳନରେ ବାଧା ସୃଷ୍ଟି କଲେ କିମ୍ବା କେନ୍ଦ୍ର ଅଥବା ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମାର ଅନୁପାଳନ କରିବାକୁ ମନାକଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ୍‌ କିମ୍ବା ଜରିମାନା ଏବଂ ସ୍ଥଳ ବିଶେଷରେ ଉଭୟ ଦଣ୍ଡରେ ଦଣ୍ଡିତ କରାଯିବ। ଏପରି ଅବମାନନା ବା ଅନୁପାଳନକୁ ପ୍ରତ୍ୟାଖ୍ୟାନ ଯୋଗୁ କାହାର ଜୀବନହାନି ଘଟିଲେ କିମ୍ବା ବିପଜ୍ଜନକ ସ୍ଥିତି ସୃଷ୍ଟି ହେଲେ ସେହି ବ୍ୟକ୍ତିଙ୍କୁ ୨ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଭୋଗିବାକୁ ପଡ଼ିବ। କୌଣସି ବ୍ୟକ୍ତି ରିଲିଫ୍‌ ସହାୟତା, ମରାମତି, ନିର୍ମାଣ କିମ୍ବା ଅନ୍ୟ ସୁବିଧା ହାତେଇବା ପାଇଁ ମିଥ୍ୟା ତଥ୍ୟ ପ୍ରଦାନ କଲେ ତାଙ୍କୁ ଦୁଇବର୍ଷ ପର୍ଯ୍ୟନ୍ତ ଜେଲ୍‌ ସହ ଜରିମାନା କରାଯିବ। ଅନୁରୂପ ଭାବେ କେହି ମିଛ ସତର୍କତା ଜାରି କରି ଲୋକଙ୍କୁ ଭୟଭୀତ କରାଇଲେ ତାଙ୍କୁ ୧ ବର୍ଷ ଜେଲ୍‌ ସହ ଜରିମାନା ମଧ୍ୟ ହୋଇପାରେ। ଯଦି ଏପରି ଅବମାନନା ଯୋଗୁ ମାନବ ଜୀବନ, ସ୍ବାସ୍ଥ୍ୟ ଓ ନିରାପତ୍ତା ବିପନ୍ନ ହୁଏ କିମ୍ବା ଦଙ୍ଗା ସୃଷ୍ଟି ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୬ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ୧ ହଜାର ଟଙ୍କା ଜରିମାନା ଅଥବା ଉଭୟ ଦଣ୍ଡ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri