ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍‌ଡାଉନ୍‌-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ହଜାରରୁ ଅଧିକ ରହୁଛି। ବୁଧବାର ନୂଆ ସଂକ୍ରମିତ ସଂଖ୍ୟା ୮ ହଜାର ୯୦୯ ଛୁଇଁଛି। ଏହାପୂର୍ବରୁ ଜୁନ୍‌ ୨ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୧୭୧ ଥିଲା। ସେହିପରି ଜୁନ୍‌ ୧ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୩୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮ ହଜାର ୫୪୩ରେ ଛୁଇଁଛି। ସେହିପରି ମୃତକଙ୍କ ସଂଖ୍ୟା ୫ ହଜାର ୮୩୪ରେ ପହଞ୍ଚିଛି। ଅପରପକ୍ଷରେ ସଂକ୍ରମିତଙ୍କ ସୁସ୍ଥ ହେବା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଲକ୍ଷେ ୪୧୯ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ମାର୍ଚ୍ଚ ୨୪ରେ ପ୍ରଥମ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାପରେ ୪ଥର ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ପ୍ରତି ଲକ୍‌ଡାଉନ୍‌ ପରେ ନୂଆ ସଂକ୍ରମିତଙ୍କ ହାର ବଢ଼ିବାରେ ଲାଗିଛି। ଚତୁର୍ଥ ଲକ୍‌ଡାଉନ୍‌ ଆରମ୍ଭ ସମୟରେ ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ଥିବାବେଳେ ପଞ୍ଚମ ଲକ୍‌ଡାଉନ୍‌ର ଆରମ୍ଭରେ ଏହା ଲକ୍ଷେ ୮୦ ହଜାର ଛୁଇଁଥିଲା। ଏବେ ଏହା ପଞ୍ଚମ ଲକ୍‌ଡାଉନ୍‌ର ମାତ୍ର ୩ ଦିନ ମଧ୍ୟରେ ୨ ଲକ୍ଷ ଟପିଛି। ଏଭଳି ଧାରା ଆଗାମୀ ଦିନରେ ଜାରି ରହିଲେ ସ୍ଥିତି ଅସମ୍ଭାଳ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri