ଲକ୍‌ଡାଉନ୍‌: ୫ ମାସରେ ଶରୀର ଓଜନ ୧୭୭ କିଲୋରୁ ହେଲା ୨୭୮ କିଲୋ

ଉହାନ, ୧୭।୬: ଚାଇନାର ଉହାନ ସହର କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ। ସଂକ୍ରମଣ ଯୋଗୁ ଏଠାରେ ଲକ୍‌ଡାଉନ୍‌ ଜାରି ହୋଇଥିଲା। ଲକ୍‌ଡାଉନ୍‌ ସମୟରେ କେବଳ ଘରେ ବସି ଖାଇବା ପିଇବା ଛନା ଅନ୍ୟ କାମ ନ ଥିବାରୁ ଉହାନର ଜଣେ ୨୬ ବର୍ଷ ବୟସ୍କ ଯୁବକ ଝାଓଙ୍କର ଓଜନ ୧୭୭ କିଲୋରୁ ବଢ଼ି ୨୭୮ କିଲୋରେ ପହଞ୍ଚିଛି। ୨୦୧୯ ଡିସେମ୍ବରରେ ତାଙ୍କର ଓଜନ ୧୭୭ କିଲୋ ଥିଲା। କରୋନା ସଂକ୍ରମଣ ରୋକିବା ଲାଗି ସହରରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ସାଇବର କେଫ୍‌ରେ କାମ କରୁଥିବା ଝାଓ ଘରେ ବସି ରହିଥିଲେ। ଫଳରେ ଗତ ୫ ମାସ ମଧ୍ୟରେ ତାଙ୍କ ଓଜନ ୧୦୧ କିଲୋ ବଢ଼ି ୨୭୮ କିଲୋରେ ପହଞ୍ଚିଥିଲା। ଏପ୍ରିଲ୍‌ ୮ରେ ସହରରୁ ଲକ୍‌ଡାଉନ୍‌ ହଟିଥିଲା। ତେବେ ଅଧିକ ଓଜନ କାରଣରୁ ଝାଓ ଚାଲବୁଲ କରିବା ସ୍ଥିତିରେ ନ ଥିଲେ। ନିଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରୁଥିଲେ। ମେ ୩୧ରେ ସେ ଝାଗ୍ନନେଗ୍‌ ହସ୍ପିଟାଲକୁ ଏନେଇ ଫୋନ୍‌ କରିଥିଲେ। ସେ ୪୮ ଘଣ୍ଟା ଧରି ଶୋଇ ନ ଥିବା ଜଣାଇଥିଲେ। ଜୁନ୍‌ ୧ରେ ସ୍ବାସ୍ଥ୍ୟକର୍ମୀ ଝାଓଙ୍କ ଘରେ ପହଞ୍ଚିଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ଲାଗି ୧୦ ଜଣ ଲୋକଙ୍କର ସହାୟତା ଲୋଡ଼ା ଯାଇଥିଲା। ଇତିମଧ୍ୟରେ ତାଙ୍କ ପେଟର ଏକ ଅଂଶକୁ ଅପରେଶନ କରି ବାହାର କରାଯାଇଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?