ଲକ୍‌ଡାଉନ: ଅନ୍‌ଲାଇନ ବିବାହରେ ସାମିଲ ହେଲେ ୨ଶହ ଅତିଥି

ଟେକ୍ସାସ,୧୪।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଲକ୍‌ଡାଉନ୍‌ ହୋଇ ଯାଇଛି କହିଲେ ଚଳେ। ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ସଂକ୍ରମଣ ଏବେ ୨ ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ଏଥିରେ ବିଶେଷ କ୍ଷତିଗ୍ରସ୍ତ ହୋଇଛି ବିଶ୍ୱର ବିକାଶଶୀଳ ଦେଶ ଆମେରିକା। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହେଉଥିବା ବେଳେ ହଜାର ହଜାର ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଉଛି। ନ୍ୟୁୟର୍କ ଏହାର କେନ୍ଦ୍ରସ୍ଥଳ ହୋଇଥିବା ବେଳେ ଦେଶର ଅନ୍ୟ ଅଞ୍ଚଳରେ ମଧ୍ୟ ଲୋକେ ଆବଶ୍ୟକ ନ ଥିଲେ ଘରୁ ବାହାରୁ ନାହାନ୍ତି। ଏମିତିକି ବିବାହ ପାଇଁ ପୂର୍ବରୁ ତାରିଖ ସ୍ଥିର ହୋଇଥିଲେ ମଧ୍ୟ ଲୋକେ ଏହାକୁ ଘୁଞ୍ଚାଇ ଦେଉଛନ୍ତି। ହେଲେ ଟେକ୍ସାସର ଅଷ୍ଟିନ ସହରରେ ଦେଖିବାକୁ ମିଳିଛି ଏକ ବ୍ୟତିକ୍ରମ। ଏଠାରେ ପୂର୍ବ ନିର୍ଦ୍ଧାରିତ ତାରିଖ ଅନୁଯାୟୀ ଏକ କପୁଲ ବିବାହ କରିଛନ୍ତି। ଅବଶ୍ୟ ଏମାନେ ଅନ୍‌ଲାଇନରେ ବିବାହ କରିଥିବା ବେଳେ ଅନ୍‌ଲାଇନରେ ମଧ୍ୟ ପାଖାପାଖି ୨ଶହ ଅତିଥି ଏହି ବିବାହରେ ଯୋଗ ଦେଇଥିବା ଜଣାପଡିଛି। ଇଥନ ପୋଲାକ ଓ କ୍ୟାଟଲିନ ଦିଲଓ୍ବର୍ଥ ଏହି ବରକନ୍ୟା ମାର୍ଚ୍ଚ ୨୮ରେ ବିବାହ କରିଥିବା ଜଣାପଡିଛି। ତେବେ ଲକ୍‌ଡାଉନ ପାଇଁ ଏମାନେ ବିବାହ ଘୁଞ୍ଚାଇବାକୁ ଚାହୁଁ ନ ଥିବା ବେଳେ ସେମାନେ ତାଙ୍କର ସମସ୍ତ ଅତିଥିଙ୍କୁ ଇମେଲ ଯୋଗେ ପୂର୍ବରୁ ଏକଥା ଜଣାଇ ଦେଇଥିଲେ। ଆଉ ଅତିଥିମାନେ ମଧ୍ୟ ଠିକ୍‌ ବିବାହ ଉତ୍ସବରେ ଯୋଗ ଦେବା ଭଳି ସଜେଇ ହୋଇ ଏହି ଅନ୍‌ଲାଇନ ବିବାହରେ ଯୋଗ ଦେଇ କରୋନା ସମୟରେ ପାଳନ କରାଯାଉଥିବା ଲକ୍‌ଡାଉନ ନିୟମକୁ ମାନିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri