ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡନୀୟ ଦଫା

ଭୁବନେଶ୍ୱର, ୨୮ା୩: ସମ୍ପ୍ରତି ସାରା ଦେଶରେ ୨୧ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଯଦି କୌଣସି ଜରୁରୀ କାମ ନ ପଡ଼େ ତେବେ ବାହାରକୁ ନ ଆସି ଘର ଭିତରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ଏହି ନିର୍ଦ୍ଦେଶକୁ ଖାମଖିଆଲି ଭାବେ ଉଲ୍ଲଂଘନ କରୁଛନ୍ତି ସେମାନଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ୍‌(ଆଇପିସି)ର ଦଫା ୧୮୮, ୨୬୯, ୨୭୦ ଏବଂ ୨୭୧ରେ ମାମଲା ରୁଜୁ କରାଯାଉଥିବା ଦେଖିବାକୁ ମିଳୁଛି।

ଦଫା- ୧୮୮: ସରକାରଙ୍କ ଦ୍ୱାରା ଦିଆଯାଇଥିବା କୌଣସି ନିର୍ଦ୍ଦେଶକୁ ନ ମାନିବା। ଏହା ଏକ ଅଧର୍ତ୍ତବ୍ୟ ଏବଂ ଜାମିନ୍‌ ଯୋଗ୍ୟ ଦଫା। ଯାହାର ଦଣ୍ଡ ସର୍ବାଧିକ ୬ମାସ ଏବଂ ଜରିମାନା ୧ହଜାର।
ଦଫା- ୨୬୯: ଖାମ୍‌ଖିଆଲି ଏଭଳି କିଛି କାର୍ଯ୍ୟ କରିବା ଯାହାକି କୌଣସି ରୋଗର ସଂକ୍ରମଣ ବ୍ୟାପିବା ସହ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିବ। ଏହା ଏକ ଅଧର୍ତ୍ତବ୍ୟ ଏବଂ ଜାମିନ୍‌ ଯୋଗ୍ୟ ଦଫା। ଯାହାର ଦଣ୍ଡ ସର୍ବାଧିକ ୬ ମାସ ଜେଲ୍‌ କିମ୍ବା ଜରିମାନା କିମ୍ବା ଉଭୟ।
ଦଫା-୨୭୦: ଖଳ ମନୋଭାବ ନେଇ ଏଭଳି କିଛି କାର୍ଯ୍ୟ କରିବା ଯାହାକି ସଂକ୍ରମଣ ବ୍ୟାପିବା ସହ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିବ। ଏହା ଏକ ଧର୍ତ୍ତବ୍ୟ ଏବଂ ଜାମିନ୍‌ ଯୋଗ୍ୟ ଦଫା। ଯାହାର ଦଣ୍ଡ ସର୍ବାଧିକ ୨ବର୍ଷ ଜେଲ୍‌ କିମ୍ବା ଜରିମାନା କିମ୍ବା ଉଭୟ।
ଦଫା-୨୭୧: କୌଣସି କ୍ୱାରାଣ୍ଟାଇନ(ସଙ୍ଗରୋଧ) ନିୟମର ଉଲ୍ଲଂଘନ। ଏହା ଏକ ଅଧର୍ତ୍ତବ୍ୟ ଏବଂ ଜାମିନ୍‌ ଯୋଗ୍ୟ ଦଫା, ଯାହାର ଦଣ୍ଡ ସର୍ବାଧିକ ୬ମାସ ଜେଲ୍‌ କିମ୍ବା ଜରିମାନା କିମ୍ବା ଉଭୟ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri