ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ କରି ଗ୍ରାମାଞ୍ଚଳର ଶତାଧିକ ବସ୍‌, ସମେତ ଅନ୍ୟାନ୍ୟ ଚାରିଚକିଆ ଯାତ୍ରୀବାହୀ ଗାଡ଼ି ଛିଡା ହୋଇ ରହିଛି ା ଏପରି ପରିସ୍ଥିତିରେ ସଂପୃକ୍ତ କର୍ମଚାରୀଙ୍କ ପରିବାର ପ୍ରତିପୋଷଣ ଏକ ପ୍ରକାର ଅଚଳ ହୋଇପଡିଛି ା
ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲାରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ ସହ ୪୦ ସରକାରୀ ବସ୍‌ ଚଳାଚଳ କରୁଛି ା ୫୦ରୁ ଊର୍ଦ୍ଧ୍ୱ ଘରୋଇ ଓ ସରକାରୀ ବସ୍‌ କଳାହାଣ୍ଡି ଜିଲାରୁ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର, କେନ୍ଦୁଝର, ରାଉରକେଲା, ରାୟପୁର, ବିଶାଖାପାଟଣା, ଫୁଲବାଣୀ, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ପାରଳାଖେମୁଣ୍ଡି, ରାୟଗଡା, ଜୟପୁର, କୋରାପୁଟ, ମାଲକାନଗିରି, ସୁନାବେଢ଼ା, ନବରଙ୍ଗପୁର, ନୂଆପଡା, ଜଗଦଲପୁର, ଦୁର୍ଗ ସମେତ ରାଜ୍ୟର ବିଭିନ୍ନ ସ୍ଥାନକୁ ଚଳାଚଳ କରିଥାଏ ା ଭବାନୀପାଟଣା ସମେତ ଜିଲାରେ ୨ ହଜାରରୁ ଊର୍ଦ୍ଧ୍ୱ ଛୋଟ ଚାରି ଚକିଆ ଯାତ୍ରୀବାହୀ ଗାଡି ଓ ୯ ଶହ ଅଟୋରିକ୍ସା ଚଳାଚଳ କରିଥାଏ ା ସେହିପରି ୧୨୦ରୁ ଅଧିକ ଘରୋଇ ବସ୍‌ ଜିଲା ଭିତରେ ଚଳାଚଳ କରେ ା ଲକ୍‌ଡାଉନ ଯୋଗୁ ଏହି ସମସ୍ତ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଛି ା ଏଥିଯୋଗୁ ୧୦ହଜାରରୁ ଅଧିକ ପରିବାର ଉପରେ ଏହାର ସିଧାସଳକ ପ୍ରଭାବ ପଡିଛି ା ଅନ୍ୟପକ୍ଷେ ଘରୋଇ ବସ୍‌ ମାଲିକମାନେ ବ୍ୟାଙ୍କ ଓ ଘରୋଇ ଫାଇନାନ୍ସ କମ୍ପାନୀରୁ ଋଣ କରିଥିଲେ ା ସେହି ଋଣ ପରିଶୋଧ କରିବା ଏବେ କାଠିକର ପାଠ ହୋଇଛି ା କେନ୍ଦ୍ର ଓ ରାଜ୍ୟ ସରକାର ତୁରନ୍ତ ଏଥିପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri