ଲକ୍‌ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍‌

ଗଞ୍ଜାମ,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଦୋକାନବଜାର ଖୋଲିବ। ମାତ୍ର ମଙ୍ଗଳବାର ଗଞ୍ଜାମ ଓ ହୁମା ଅଞ୍ଚଳରେ ସକାଳ ୭ଟା ପୂର୍ବରୁ କିଛି ଦୋକାନୀ ଦୋକାନ ଖୋଲି ବ୍ୟବସାୟ କରିଥିଲେ l ଏ ନେଇ ଖବର ପାଇ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା l ସକାଳ ୭ଟା ପୂର୍ବରୁ ଦୋକାନ ଖୋଲିବା ଅଭିଯୋଗରେ ତହସିଲଦାର ଅବନୀ କୁମାର ସାହୁ ଗଞ୍ଜାମ ଓ ହୁମା ଅଞ୍ଚଳର ୭ଟି ଦୋକାନକୁ ସିଲ୍‌ କରିଛନ୍ତି। ଉକ୍ତ ଦୋକାନଗୁଡ଼ିକ ହେଲା ଗଞ୍ଜାମର ଗଜଲକ୍ଷ୍ମୀ ପୁଷ୍ପାଳୟ, ଜୟ ମା’ ଦୁର୍ଗା ଡ୍ରେସେସ୍‌, ସ୍ବାତିକ ଇଣ୍ଟରନେଟ୍‌ ଜୋନ୍‌, ସାନ ବଜାର ଆଦି। ଏହି ସମୟରେ ଗଞ୍ଜାମ ଏନ୍‌ଏସି କାର୍ଯ୍ୟନିବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ, ଅତିରିକ୍ତ ତହସିଲଦାର ସନାତନ ମହାଳିକ, ତିଆରଓ ସନ୍ତୋଷ ଦଳ ବେହେରା, ପୋଲିସ ଏସ୍‌ଆଇ ସୁକାନ୍ତ ପ୍ରଧାନ ସୁପରଭାଇଜର ସୁବାଷ ଚନ୍ଦ୍ର ନାୟକ, ସମସ୍ତ ଆରଆଇ, ଅମିନ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri