ଲକ୍‌ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍‌

ଗଞ୍ଜାମ,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଦୋକାନବଜାର ଖୋଲିବ। ମାତ୍ର ମଙ୍ଗଳବାର ଗଞ୍ଜାମ ଓ ହୁମା ଅଞ୍ଚଳରେ ସକାଳ ୭ଟା ପୂର୍ବରୁ କିଛି ଦୋକାନୀ ଦୋକାନ ଖୋଲି ବ୍ୟବସାୟ କରିଥିଲେ l ଏ ନେଇ ଖବର ପାଇ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା l ସକାଳ ୭ଟା ପୂର୍ବରୁ ଦୋକାନ ଖୋଲିବା ଅଭିଯୋଗରେ ତହସିଲଦାର ଅବନୀ କୁମାର ସାହୁ ଗଞ୍ଜାମ ଓ ହୁମା ଅଞ୍ଚଳର ୭ଟି ଦୋକାନକୁ ସିଲ୍‌ କରିଛନ୍ତି। ଉକ୍ତ ଦୋକାନଗୁଡ଼ିକ ହେଲା ଗଞ୍ଜାମର ଗଜଲକ୍ଷ୍ମୀ ପୁଷ୍ପାଳୟ, ଜୟ ମା’ ଦୁର୍ଗା ଡ୍ରେସେସ୍‌, ସ୍ବାତିକ ଇଣ୍ଟରନେଟ୍‌ ଜୋନ୍‌, ସାନ ବଜାର ଆଦି। ଏହି ସମୟରେ ଗଞ୍ଜାମ ଏନ୍‌ଏସି କାର୍ଯ୍ୟନିବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ, ଅତିରିକ୍ତ ତହସିଲଦାର ସନାତନ ମହାଳିକ, ତିଆରଓ ସନ୍ତୋଷ ଦଳ ବେହେରା, ପୋଲିସ ଏସ୍‌ଆଇ ସୁକାନ୍ତ ପ୍ରଧାନ ସୁପରଭାଇଜର ସୁବାଷ ଚନ୍ଦ୍ର ନାୟକ, ସମସ୍ତ ଆରଆଇ, ଅମିନ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri