ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ ନିୟମ ଭାଙ୍ଗିବା ଅଭିଯୋଗରେ ପୁରୀ ଜିଲା ଚିଲିକା ନୂଆପଡାର ୪ଜଣଙ୍କୁ କୃଷ୍ଣପ୍ରସାଦ ପୋଲିସ ସୋମବାର ଗିରଫ କରିଛି। ଏହାସହ ଜଣେ ଜିଆର୍‌ଏସ୍‌ଙ୍କୁ ନିଲମ୍ବିତ କରାଯାଇଛି। ଚିଲିକା ନୂଆପଡା କ୍ୱାରାଣ୍ଟାଇନ ସେଣ୍ଟରରେ କେତେଜଣ ଯୁବକ ଏକାଠି ହୋଇ ମାଦକଦ୍ରବ୍ୟ ସେବନ କରୁଥିବା ଦୃଶ୍ୟ ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲା। ପୁରୀ ଜିଲା ପ୍ରଶାସନ ଏହା ଜାଣିବା ପରେ ତୁରନ୍ତ ପଦକ୍ଷେପ ନେବାକୁ କୃଷ୍ଣପ୍ରସାଦ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲା। ସୋମବାର କୃଷ୍ଣପ୍ରସାଦ ଆରକ୍ଷୀ ନିରୀକ୍ଷକ ଅଭିମନ୍ୟୁ ନାୟକ, ବିଡିଓ ଅଭିମନ୍ୟୁ ମାଝି ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ସାମାଜିକ ଦୂରତା ଓ ଲକ୍‌ଡାଉନ ନିୟମ ପାଳନ କରି ନ ଥିବାରୁ ସରୋଜ କୁମାର ଜେନା, ଅସୀତ କୁମାର ଜେନା, ଉମାକାନ୍ତ ପଲେଇ ଓ ଉତ୍ତମ କୁମାର ତରେଇଙ୍କୁ ଗିରଫ କରାଯାଇଥିଲା। ଏମାନଙ୍କ ବିରୋଧରେ ଥାନାରେ ଏକ ମାମଲା (ନଂ ୪୮/୨୦) ରୁଜୁ ହୋଇଛି। ସେହିପରି କ୍ୱାରାଣ୍ଟାଇନ ସେଣ୍ଟରରେ ଏଭଳି କାର୍ଯ୍ୟ ହୋଇଥିବାରୁ ଗ୍ରାମ୍ୟ ରୋଜଗାର ସେବକ (ଜିଆର୍‌ଏସ୍‌) ମୁକେଶ କୁମାର ଜେନାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ା ଏହାସହ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ ପାଇଁ ବିଡିଓ ଚିଠି ନଂ.୫୧୪ରେ ଜିଲାପାଳଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri