ଲକ୍‌ଡାଉନ ପରବର୍ତ୍ତୀ ପ୍ରଶାସନିକ ପ୍ରସ୍ତୁତି: କ୍ୱାରାଣ୍ଟାଇନରେ ରହିବେ ବହିରାଗତ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.)- ବର୍ଦ୍ଧିତ ଲକ୍‌ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ ଭାବେ ପରିଚାଳନା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମସ୍ତରରେ ଏବଂ ସହରାଞ୍ଚଳରେ ସମସ୍ତ ସ୍କୁଲ ଘର, ଅନ୍ୟାନ୍ୟ ସରକାରୀ ଘର, ବାତ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ପ୍ରଭୃତି ସ୍ରସ୍ତୁତ କରି ସେମାନଙ୍କୁ ରଖାଯିବ। ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ଡାକ୍ତରୀ ପରୀକ୍ଷା ଅନିର୍ବାଜ୍ୟ ସହ ୨୧ ଦିନିଆ କ୍ବାରାଣ୍ଟାଇନରେ ରଖାଯିବ।
ଯେଉଁ କର୍ମଚାରୀ ଭୁବନେଶ୍ୱର ଯାଇ ଫେରିବେ ସେମାନେ ମଧ୍ୟ ୨୧ ଦିନିଆ କ୍ବାରାଣ୍ଟାଇନରେ ରହିବେ। ଅଧିକାରୀ ଏହା ସୁନିଶ୍ଚିତ ନ କଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଜିଲାର ବିଭିନ୍ନ ଯାଞ୍ଚ ଗେଟରେ ପୋଲିସ ସହିତ ସରକାରୀ କର୍ମଚାରୀ ରହିବେ। ଡାକ୍ତରୀ ପରାମର୍ଶ ପାଇଁ ଜିଲା ବାହାରକୁ ଯିବାରଥିଲେ ଉପଜିଲାପାଳ ପାସ୍‌ ପ୍ରଦାନ କରିପାରିବେ।
ସାମାଜିକ ଦୂରତା ଅବଲମ୍ବନ କରି ନିଶ୍ଚିତ କର୍ମନିଯୁକ୍ତି ଯୋଜନା କାର୍ଯ୍ୟ ଆଗେଇ ନେବାକୁ ଜିଲାପାଳ କହିଛନ୍ତି। ବିଭିନ୍ନ ପେନ୍‌ସନ ଓ ଭତ୍ତା ନିର୍ଦ୍ଦିଷ୍ଟ ବ୍ୟକ୍ତି ବ୍ୟତୀତ ଅନ୍ୟକୌଣସି ପରିବାର ସଦସ୍ୟଙ୍କୁ ଦିଆଯିବନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri