Posted inରାଜ୍ୟ

ଲକ୍‌ଡାଉନ ପ୍ରଭାବ: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବାଲିଅନ୍ତା,୨୯ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ଜଣେ ଦୁଗ୍ଧ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବ୍ଲକର ଜୟଦେବ ପଞ୍ଚାୟତ ଅଧୀନ ଫିରିଫିରା ଗ୍ରାମର ଚାଷୀମାନେ ସପ୍ତାହ ହେବ କ୍ଷୀର ନ ବିକ୍ରି କରିପାରି ରାସ୍ତାରେ କ୍ଷୀର ଢାଳି ପ୍ରତିବାଦ କରିଛନ୍ତି। ସୂଚନାଯୋଗ୍ୟ, ଏହି ଗ୍ରାମର ପ୍ରାୟ ୨୦୦ ଗୋପାଳ ପରିବାର କ୍ଷୀର, ଛେନା, ପନିର ଓ ଦହି ବିକ୍ରି କରି ପରିବାର ଚଳାଉଛନ୍ତି। ପ୍ରାୟତଃ ଭୁବନେଶ୍ୱର ମାର୍କେଟ ଉପରେ ଏହି ଚାଷୀମାନେ ନିର୍ଭର କରିଥାନ୍ତି। ଭୁବନେଶ୍ୱରର ବିଭିନ୍ନ ହୋଟେଲ, କ୍ୟାଣ୍ଟିନ ଓ ମିଠା ଦୋକାନକୁ ଦୁଗ୍ଧଜାତ ସାମଗ୍ରୀ ପଠାଯାଇଥାଏ। କିନ୍ତୁ ଲକଡାଉନ ଯୋଗୁ ସବୁ ବନ୍ଦ ହୋଇଯାଇଛି। ଫଳରେ କୌଣସି ସାମଗ୍ରୀ ବିକ୍ରି ନ ହେବାରୁ ଚାଷୀମାନେ ହଟହଟା ହୋଇଛନ୍ତି। ଏହି ସମୟରେ ସାମଗ୍ରୀ ନ ବିକ୍ରି ହେବାକୁ ପୁଣି ଗାଈ, ମଇଁଷିଙ୍କୁ ଦାନା ଦେବାରେ ଅସୁବିଧା ହେଉଥିବା ଗ୍ରାମର ଦିଲୀପ ବେହେରା ଅଭିଯୋଗ କରିଛନ୍ତି। ଗ୍ରାମର ବିଭିନ୍ନ ଗୋପାଳଙ୍କ ଘରେ ଏବେ ୫୦୦୦ ଲିଟ କ୍ଷୀର, ଛେନା ମହଜୁଦ ରହିଛି। ତେଣୁ ଏମାନଙ୍କ ପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri