ଲକ୍‌ଡାଉନ ବିରୋଧୀ ଅଭିନବ ଲଢ଼େଇ

ନୂଆଦିଲ୍ଲୀ, ୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ ଛଟେଇ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ବିଭିନ୍ନ ଦେଶ ପ୍ୟାକେଜ ଘୋଷଣା ଦ୍ୱାରା ସ୍ଥିତିକୁ ନିୟନ୍ତ୍ରଣ କରୁଥିବା ଦେଖାଯାଉଛି। ଡେନ୍‌ମାର୍କ ଏ ଦିଗରେ ଏକ ମଧ୍ୟ ଏକ ଉଲ୍ଲେଖନୀୟ ପଦକ୍ଷେପ ଉଠାଇବାକୁ ଯାଉଛି। ସେଠାକାର ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ବିଚାରଧାରାଠାରୁ ଉର୍ଦ୍ଧ୍ୱକୁ ଯାଇ ଶ୍ରମ ସଙ୍ଗଠନ ଏବଂ କର୍ମଚାରୀ ସଂଘଗୁଡିକ ସହ ମିଳିତ ହୋଇ ଲକ୍‌ଡାଉନ ସମୟରେ ଉପୁଜିଥିବା ନିଯୁକ୍ତି ସଙ୍କଟ ବିରୋଧରେ ଲଢେଇ ଜାରି ରଖିବା ଲାଗି କାମ କରୁଛନ୍ତି। ଯୋଜନା କାର୍ଯ୍ୟକାରୀ ହେଲେ କମ୍ପାନୀଗୁଡିକ ପ୍ରଦାନ କରୁଥିବା ଆଗାମୀ ୩ ମାସର ବେତନର ୯୦% ସରକାର ପ୍ରଦାନ କରିବେ। ଫଳରେ କମ୍ପାନୀଗୁଡିକ ଉପରେ ଚାପ କମିବ ଏବଂ ସେମାନେ ଛଟେଇ ଯୋଜନାରୁ ନିବୃତ୍ତ ରହିବେ। ଏହାବାଦ ଡେନ୍‌ମାର୍କର ସରକାର କମ୍ପାନୀଗୁଡିକର ଭଡା ବାବଦ ଖର୍ଚ୍ଚ ମଧ୍ୟ ଉଠାଇବେ ବୋଲି ସୂଚନା ରହିଛି। ଏଭଳି ଭାବେ ୨ଟି ଯୋଜନା ବାବଦକୁ ସେଠାକାର ସରକାର ୪୨.୬ ବିଲିୟନ ଡେନିସ କ୍ରୋନର ବା ୬.୨୭ ବିଲିୟନ ଡଲାର ଖର୍ଚ୍ଚ କରିବାକୁ ଯୋଜନା ଧାର୍ଯ୍ୟ ହୋଇଛି। ଏହି ଧାରାରେ ନେଦରଲାଣ୍ଡ ସରକାର ଯୋଡି ହୋଇଛନ୍ତି। ଯେଉଁ କମ୍ପାନୀଗୁଡିକ ଅନ୍ତତଃ ପକ୍ଷେ ୨୦% ରାଜସ୍ବ କ୍ଷତି ଦେଖାଇବେ ସେମାନଙ୍କ ଲାଗି କର୍ମଚାରୀଙ୍କ ବେତନରେ ସରକାର ୯୦% ଅର୍ଥ ବହନ କରିବା ନେଇ ବ୍ୟବସ୍ଥା କରାଯାଇଛି। ଏହାବାଦ ଇଂଲଣ୍ଡ ସରକାର ୮୦% ବେତନ ଅର୍ଥ ଉଠାଇବାକୁ କହିଛନ୍ତି। ଏହା ସହ ଅନ୍ୟ ସ୍ବତନ୍ତ୍ର ପଦକ୍ଷେପ ଦେଶଗୁଡିକ ହାତକୁ ନେଉଥିବା ଦେଖାଯାଇଛି। ଏଭଳି ପଦକ୍ଷେପ ସାମୂହିକ ଛଟେଇକୁ ରୋକିବା ଦିଗରେ ସହାୟକ ହେବ ବୋଲି ବଜାର ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri