ଲକ୍‌ଡାଉନ ବେଳେ ବଢୁଛି ମଦ କାରବାର

କେନ୍ଦୁଝର,୧୬ା୪(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ରହିଛି। ସେହିପରି ମଦ ଦୋକାନ ମଧ୍ୟ ରହିଛି। ତେବେ କେନ୍ଦୁଝରର କେତେକ ଚୋରା ମଦବେପାରୀ ଲୁଚାଛପାରେ କାରବାର ଚଲାଇଥିବା ଜଣାପଡିଛି। ଘରେ ମଦ ରଖି ସ୍କୁଟି, ବାଇକ୍‌ରେ ପେଟି ପେଟି ମଦ ବିକୁଥିବା ଅଭିଯୋଗ ହେଉଛି। ବୁଧବାର ଜିଲାପାଳଙ୍କ ଆଦେଶକ୍ରମେ କେନ୍ଦୁଝର ଅବକାରୀ ବିଭାଗ ପକ୍ଷରୁ ଚମ୍ପୁଆ ଓ କେନ୍ଦୁଝର ଉପଖଣ୍ଡରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବ୍ୟାପକ ବେଆଇନ ମଦ ଓ ପୋଚ ଜବତ କରଯାଇଛି। ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲି କହିଛନ୍ତି ଯେ, ଦୁଇଟି ଚଢାଉରେ ଚମ୍ପୁଆ ଉପଖଣ୍ଡର ସରେଇ, ପଞ୍ଚୁପୋଖରିଆ, ଦୋଧୂଳି, ହସେଲଗୁଧୁ, ତଡୁଆବାହାଳ, ଜାମୁଯୋଡି ଗ୍ରାମ ଓ ସଦର ଉପଖଣ୍ଡର ର ବଳଭଦ୍ରପୁର, ସୁଲେଇଖମାର, ପେଖରାପାଣି ଅଞ୍ଚଳରେ ଚଢାଇ କରି ୨ ଜଣଙ୍କୁ ଗିରଫ କରାଯାଇଛି ା ମୋଟ ୬ ଟି ମାମଲା ରୁଜୁ ହୋଇ ଅନ୍ୟମାନଙ୍କୁ ଖୋଜାଚାଲିଛି ା ସମୁଦାୟ ୪୫୮୦ କିଲୋ ମହୁଲ ପୋଚ ଜବତ ହୋଇଛି ା ୧୬୦ଲିଟର ଦେଶୀ ରନ୍ଧାମଦ ଜବତ ହୋଇଛି ା ସେମାନଙ୍କ ଠାରୁ ମଦ ରନ୍ଧା ସାମଗ୍ରୀ ଓ ଏକ ସାଇକେଲ ଜବତ କରାଯାଇଛି ା ଏଭଳି ଚଢାଉ ନିୟମିତ ଜାରି କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri