ଲକ୍‌ଡାଉନ ବେଳେ ମହିଳାଙ୍କ ମଦବିରୋଧୀ ସ୍ବର: ଭାଙ୍ଗିଲେ ଭାଟି, ଢାଳିଦେଲେ ପୋଚ

ଦଶମନ୍ତପୁର,୧୬ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଉପର ଗଦଳା ଗାଁରେ ଲକ୍‌ଡାଉନ ବେଳେ ମଦ କାରବାର ବନ୍ଦ ନ ହେବା ପ୍ରତିବାଦରେ ତାତିଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା। ଗୁରୁବାର ସେମାନେ ଗାଁରେ ମଦଭାଟି ଭଙ୍ଗାରୁଜା କରିବା ସହ ପୋଚ ଢାଳିଛନ୍ତି।
ଉଲ୍ଲେଖଯୋଗ୍ୟ, ଉପରଗଦଳା ଗାଁରେ ବ୍ୟାପକ ମଦ କାରବାର ହେଉଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି। ଏହା ପ୍ରତିବାଦରେ ଗାଁର ୪ଟି ସ୍ବୟଂ ସହାୟକ ଗୋଷ୍ଠୀ ୩ ଦିନ ତଳେ ଥାନାରେ ଏତଲା ଦେଇଥିଲେ। ଅବକାରୀ ବିଭାଗ ଓ ସ୍ଥାନୀୟ ଥାନା ଏସ୍‌ଆଇ ବି.କେ. ପଣ୍ଡା ଗାଁରେ ଚଢ଼ାଉ ମଧ୍ୟ କରିଥିଲେ। କିନ୍ତୁ ଗାଁର ଜଣେ ମଦ ବ୍ୟବସାୟୀ ଏହାକୁ ବେଖାତିର କରି ପୁଣି ୪ ଡ୍ରମ ମହୁଲି ଫାସ ପକାଇଥିଲେ। ଖବର ପାଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ତାଙ୍କ ଘରେ ପହଞ୍ଚତ୍ ମହୁଲ ପୋଚକୁ ଗାଁ ଦାଣ୍ତରେ ଢାଳିଥିଲେ। ସବୁ ମଦ ବେପାରୀଙ୍କ ଘରେ ଚଢ଼ାଉ କରି ସେମାନେ ମଦ ସରଞ୍ଜାମ, ସାମଗ୍ରୀ ନଷ୍ଟ କରିବା ସହ ଗାଁରେ ଥିବା ୪ଟି ଦେଶୀ ମଦଭାଟିକୁ ଭଙ୍ଗାରୁଜା କରିଛନ୍ତି। ଗିର୍ଲିଗୁମ୍ମା ପଞ୍ଚାୟତ ଫୁଣ୍ଡାଗୁଡ଼ା ଗ୍ରାମର ଜଣେ ମଦ ବ୍ୟବସାୟୀ ମଧ୍ୟ ଖୋଲାଖୋଲି ବାଇକରେ ଦେଶୀମଦ ଧରି ବିକୁଥିବା ମହିଳାମାନେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri