Posted inବୌଦ୍ଧ

ଲକ୍‌ଡାଉନ ଯୋଗୁ ଉଜୁଡିଲା ପରିବା ଚାଷ

ବୌଦ୍ଧ,୨୫ା୪(ସ୍ବ.ପ୍ର.)- ଶିଳ୍ପବିହୀନ ବୌଦ୍ଧ ଏକ କୃଷି ପ୍ରଧାନ ଜିଲା । ଏଠାକାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାଆନ୍ତି । ଜିଲାରେ ଧାନ ଓ ପନିପରିବା ଚାଷ ଲୋକଙ୍କ ମୁଖ୍ୟ ଆୟକାରୀ ଫସଲ । ସେମାନେ ଚାଷରୁ ହିଁ ନିଜର ପରିବାର ପ୍ରତିପୋଷଣ କରିଥାନ୍ତି । ଚଳିତ ବର୍ଷ ଚାଷୀମାନେ ଧାନ ବିକ୍ରି କରିବାକୁ ମଣ୍ଡିରେ ରଖିଥିଲେ । ହେଲେ ଅଦିନିଆ ବର୍ଷାରେ ତାହା ନଷ୍ଟ ହୋଇଗଲା । ଏହି କ୍ଷତିକୁ ଚାଷୀମାନେ ଭରଣ କରି ନ ଥିବା ବେଳେ ବର୍ତ୍ତମାନ କରୋନା କଟକଣା ପରିବା ଚାଷୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି । ଲକ୍‌ଡାଉନ ଯୋଗୁ ଚାଷଙ୍କ ପରିବା ଚାଷ ଏକ ପ୍ରକାର ଉଜୁଡି ଯାଇଛି । ଜମିରେ ତରଭୁଜ, ବାଇଗଣ, ଟମାଟୋ, କାକୁଡି, କଖାରୁ , କଲରା, ଜହ୍ନି ଆଦି ପରିବା ଗଛରେ ରହି ପଚି ଯାଉଛି । ଗାଡି ଚଳାଚଳ ବନ୍ଦ ଯୋଗୁ ସେହି ପରିବା କିଣିବାକୁ କୌଣସି ବ୍ୟବସାୟୀ ଆସି ପାରୁ ନାହାନ୍ତି । ଏଣେ ଚାଷୀ ବି ନିଜ ଜମିର ପରିବା ତୋଳି ହାଟ ବଜାରକୁ ନେଇପାରୁନାହିଁ। ଫଳରେ ଚାଷୀଙ୍କ ଚିନ୍ତା ବଢ଼ିଛି ।
ବୌଦ୍ଧ ସହର ନିକଟ ଗିରସିଙ୍ଗା, ମର୍ଯ୍ୟାଜିପୁର, ମୁର୍ଷୁଣ୍ଡି, ବଢିଙ୍ଗା ଆଦି ଗ୍ରାମରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏକର ଏକର ଜମିରେ ଫଳିଥିବା ପନିପରିବା ପଚି ନଷ୍ଟ ହୋଇଛି । ଯାହାକିଛି ଚାଷୀ ବିକ୍ରି ପାଇଁ ସ୍ଥାନୀୟ ବଜାରକୁ ଆଣୁଥିଲେ ତାହା ଲକ୍‌ଡାଉନ ଯୋଗୁ ବନ୍ଦ ରହିଛି । କେତେକ କ୍ଷେତ୍ରରେ ଚାଷୀ ନିଜ ପରିବାକୁ ଶାଗ ମାଛ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛି । ଏପରି ପରିସ୍ଥିତିରେ ପରିବା ଚାଷୀମାନେ ସେମାନଙ୍କ ଋଣ କିପରି ଶୁଝିବେ ତାହା ଚିନ୍ତା କରିପାରୁନାହାନ୍ତି । ଜିଲା ପ୍ରଶାସନ ଏହି ପରିବା ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..

ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri