Posted inଖେଳ

ଲକ୍‌ଡାଉନ ସମୟରେ ସ୍ବତନ୍ତ୍ର ଟ୍ରେନିଂ କରିବ ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସରୁ ବର୍ତ୍ତିବା ଲାଗି ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟରମାନେ ଏବେ ଘରେ ପରିବାର ସହ ସମୟ କାଟୁଛନ୍ତି। କିନ୍ତୁ ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ କୋଚ୍‌ ନିକ୍‌ ଓ୍ବେବ ଟିମ୍‌ ଇଣ୍ଡିଆର ଫିଜିଓ ନୀତିନ ପଟେଲଙ୍କ ସହ ଆଲୋଚନ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ପାଇଁ ଟ୍ରେନିଂ କାର୍ଯ୍ୟସୂଚୀ ପ୍ରସ୍ତୁତ କରିଛନ୍ତି। ଯାହାଫଳରେ ଲକ୍‌ଡାଉନ ସମୟରେ ମଧ୍ୟ ଦଳର ଖେଳାଳିମାନେ ସମ୍ପୂର୍ଣ୍ଣ ଫିଟ୍‌ ରହିବେ। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଓ୍ବେବ ଓ ପଟେଲ କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା ପ୍ରତ୍ୟେକ ଖେଳାଳିଙ୍କ ଲାଗି ଏକ ସ୍ବତନ୍ତ୍ର ରୁଟିନ ପ୍ରସ୍ତୁତ କରିଛନ୍ତି। ସମସ୍ତ ଖେଳାଳିଙ୍କୁ ଫିଟ୍‌ନେସ ରୁଟିନ ଦିଆଯାଇଛି। ସେମାନଙ୍କୁ ଏହା କାର୍ଯ୍ୟକାରୀ କରିବାକୁ ପଡ଼ିବ ଏବଂ ଓ୍ବେବ ଓ ପଟେଲଙ୍କୁ ନିୟମିତ ଅପଡେଟ୍‌ ଦେବେ। ଖେଳାଳିଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରୁଟିନ ପ୍ରସ୍ତୁତ କରାଯାଇଛି। ଉଦହାରଣ ସ୍ବରୂପ ଜଣେ ବୋଲରଙ୍କୁ ଶରୀରର ନିମ୍ନ ଭାଗକୁ ଶକ୍ତିଶାଳୀ କରିବାକୁ ଏକ୍ସରସାଇଜ ଦିଆଯାଇଛି। ସେହିଭଳି ଜଣେ ବ୍ୟାଟ୍ସମ୍ୟାନଙ୍କୁ କାନ୍ଧ ଓ ରିଷ୍ଟକୁ ମଜଭୁତ କରିବା ଲାଗି ଏକ୍ସରସାଇଜ କରିବାକୁ କୁହାଯାଇଛି। ଆଉ ଅଧିକ ଓଜନ ସହ ଏକ୍ସରସାଇଜ କରୁଥିବା କୋହଲିଙ୍କ କଥା ମଧ୍ୟ ଧ୍ୟାନ ଦିଆଯାଇଛି। ଏଣୁ କୋହଲି ରୁଟିନ ଅନୁସାରେ କ୍ଲିନ ଓ ଜର୍କ ଏବଂ ଡେଡ୍‌ଲିଫ୍ଟ କରିବେ। ଅନ୍ୟ ବ୍ୟାଟ୍ସମ୍ୟାନଙ୍କୁ ସହଜ ଏକ୍ସରସାଇଜ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri