ଲକ୍‌ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରଖିବା ସହ ଅର୍ଥନୀତିକୁ ଗୁରୁତ୍ୱ ଦେବାକୁ ହେବ ବୋଲି ସେ କହିଛନ୍ତି। ତେଣୁ କରୋନା ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ହଟ୍‌ସ୍ପଟ୍‌ ବା ରେଡ୍‌ଜୋନ୍‌ଗୁଡ଼ିକରେ ମେ’୩ ପରେ ଲକ୍‌ଡାଉନ ବଳବତ୍ତର ରହିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ତାଲାବନ୍ଦରୁ ବାହାରିବା ଲାଗି କୋଭିଡ୍‌-୧୯ ସ୍ଥିତିକୁ ଲକ୍ଷ୍ୟ କରି ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ ଓ ଗ୍ରୀନ୍‌ ଜୋନ୍‌ରେ ବିଭକ୍ତ କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କୁ ମୋଦି ପରାମର୍ଶ ଦେଇଛନ୍ତି। ହଟ୍‌ସ୍ପଟ୍‌ ଜୋନ୍‌ଗୁଡ଼ିକରେ ଲକ୍‌ଡାଉନ ନିୟମାବଳୀ କଡ଼ାକଡ଼ି ପାଳନ କରିବା ରାଜ୍ୟ ଲାଗି ଗୁରୁତ୍ୱପୂର୍ଣ୍ଣ। ଦେଢ଼ ମାସ ଧରି ଦେଶ ଲକ୍‌ଡାଉନରେ ରହିବା ଫଳରେ ଅନେକ ସୁଫଳ ମିଳିଛି ଓ ହଜାର ହଜାର ଲୋକଙ୍କ ଜୀବନ ବଞ୍ଚତ୍ପାରିଛି। ଏବେ ଆଗକୁ ଅର୍ଥନୀତି ଉପରେ ଚିନ୍ତା କରିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ବିଶେଷଜ୍ଞମାନଙ୍କ କହିବା ଅନୁଯାୟୀ କରୋନା ଭୂତାଣୁର ପ୍ରଭାବ ଆଗାମୀ କିଛିମାସ ପର୍ଯ୍ୟନ୍ତ ଜାରି ରହିବ। ସେଥିପାଇଁ ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ଓ ମୁହଁ ଘୋଡାଇବା ଲୋକମାନଙ୍କ ଜୀବନଶୈଳୀର ଏକ ଅଂଶ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଭିଡିଓ କନ୍‌ଫରେନ୍ସରେ ଭାଗ ନେଇଥିବା ଅଧିକାଂଶ ମୁଖ୍ୟମନ୍ତ୍ରୀ ମେ’ ୩ ପରେ ଲକ୍‌ଡାଉନ ବଢ଼ାଇବା ସପକ୍ଷରେ ମତ ରଖିଥିଲେ। ସାବଧାନତାର ସହିତ ଲକ୍‌ଡାଉନ ଉଠାଇବା ନେଇ ସବୁ ମୁଖ୍ୟମନ୍ତ୍ରୀ ସହମତ ହୋଇଥିଲେ। ତେଣୁ ଲକ୍‌ଡାଉନ ଜାରି ରଖିବା ସହ ଧୀରେ ଧୀରେ ଅର୍ଥନୈତିକ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ହେବ ବୋଲି ଆଲୋଚନା ପରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ଗଣମାଧ୍ୟମକୁ କହିଛନ୍ତି।
ଭିଡିଓ କନ୍‌ଫରେନ୍ସରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ପିଏମ୍‌ଓ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ ପାଲାନିସାମୀ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ ସାଙ୍ଗମା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ନାରାୟଣସ୍ବାମୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ମାର୍ଚ୍ଚ ୨୨ରୁ ପ୍ରଧାନମନ୍ତ୍ରୀଙ୍କର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏହା ଚତୁର୍ଥ ଭିଡିଓ କନ୍‌ଫରେନ୍ସ ଥିଲା।
ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଦାଦନ ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ଲାଗି କେନ୍ଦ୍ର ସରକାର ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରିବା ଲାଗି ମୁଖ୍ୟମନ୍ତ୍ରୀମାନେ ପ୍ରସ୍ତାବ ଦେଇଥିଲେ। ଦାଦନମାନଙ୍କ ସମସ୍ୟା ସମ୍ପର୍କରେ ବିହାର ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ଅର୍ଥନୀତିକୁ ସଜାଡ଼ିବା ଲାଗି ୨୦୦୮ରେ ଉପା ସରକାରଙ୍କ ଭଳି ବର୍ତ୍ତମାନର ସରକାର ଏକ ପ୍ରୋତ୍ସାହନ ପ୍ୟାକେଜ୍‌ ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀମାନେ ଦାବି କରିଥିଲେ। ତେବେ ପ୍ୟାକେଜ୍‌ ସମ୍ପର୍କରେ ପ୍ରଧାନମନ୍ତ୍ରୀ କୌଣସି ପ୍ରତିଶ୍ରୁତି ଦେଇ ନ ଥିବା ନାରାୟଣସ୍ବାମୀ କହିଛନ୍ତି। ଲକ୍‌ଡାଉନ ଉଠାଇବା ନିଷ୍ପତ୍ତି କେନ୍ଦ୍ର ଉପରେ ଛାଡ଼ିଦିଆଯାଇଛି। ବିଦେଶରେ ଅଟକି ରହିଥିବା ପର୍ଯ୍ୟଟକ ଓ ଛାତ୍ରୀଛାତ୍ରଙ୍କୁ ଫେରାଇଆଣିବା ଦିଗରେ ସରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀମାନେ ପ୍ରସ୍ତାବ ରଖିଥିଲେ। କରୋନା ସଂକ୍ରମଣ କମାଇବାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଓଡ଼ିଶା ଓ ବିହାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକୁ ମୋଦି ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri