ଲକ୍‌ଡାଉନ ୩.୦: ଖୁବ୍‌ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ

ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାନରେ କେତେକ କଟକଣାକୁ କୋହଳ କରାଯାଇଛି। ଏହିକ୍ରମରେ ଯାତାୟାତ ପାଇଁ ଖୁବ୍‌ଶୀଘ୍ର ସର୍ବସାଧାରଣ ପରିବହନକୁ ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି। ବୁଧବାର କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରି ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଭିଡିଓ କନ୍‌ଫରେନ୍ସିଂରେ ବସ୍‌ ଓ କାର୍‌ ଅପରେଟର୍ସ କନ୍‌ଫେଡେରେସନ ଅଫ୍‌ ଇଣ୍ଡିଆର ସଦସ୍ୟମାନଙ୍କ ସହ ନୀତୀନ ଏନେଇ ଆଲୋଚନା କରିଥିଲେ। ସାମାଜିକ ଦ୍ୱରତ୍ୱ ନିୟମ ପାଳନ କରି ଖୁବ୍‌ଶୀଘ୍ର ସର୍ବସାଧାରଣ ପରିବହନ କାର୍ଯ୍ୟକ୍ଷମ ହେବ। ଏଥିପାଇଁ କିଛି ନୂଆ ଗାଇଡଲାଇନ୍‌ ତିଆରି କରାଯାଇଛି ବୋଲି ନୀତୀନ କହିଛନ୍ତି। ନୂଆ ଗାଇଡଲାଇନ୍‌ ଅନୁସାରେ ବସ୍‌ ଓ କାର୍‌ ଚଳାଚଳ ସମୟରେ ସାମାଜିକ ଦୂରତ୍ୱ ରକ୍ଷା, ହାତ ଧୋଇବା, ସାନିଟାଇଜର ଓ ମାସ୍କ ଇତ୍ୟାଦି ସମସ୍ତ ସୁରକ୍ଷା ଉପରେ ଗୁରୁତ୍ୱ ଦେବା ଜରୁରୀ। ସୂଚନା ମୁତାବକ ମାର୍ଚ୍ଚ ୨୪ରେ ପ୍ରଥମ ଲକ୍‌ଡାଉନ ଘୋଷଣା ହେବା ପରଠାରୁ ସର୍ବସାଧାରଣ ପରିବହନ ବନ୍ଦ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri