Posted inଜାତୀୟ

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ ପରିବର୍ତ୍ତନ କରିବାର ଅଧିକାର ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଦେଇଛନ୍ତି। ତେବେ ସୋମବାରଠାରୁ କର୍ନାଟକରେ ସବୁ ଦୋକାନ ଖୋଲା ରହିବା ସହ ସମସ୍ତ ଟ୍ରେନ୍‌ ରାଜ୍ୟ ମଧ୍ୟରେ ଚଳାଚଳ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ସେହିପରି ରାଜ୍ୟ ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ବସ୍‌ ମଧ୍ୟ ଚଳାଚଳ କରିପାରିବ। ହେଲେ କଣ୍ଟେନମେଣ୍ଟ ଜୋନରେ ପୂର୍ବଭଳି କଡା ନିୟମ ବଳବତ୍ତର ରହିବ। ଆହୁରି ମଧ୍ୟ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପ୍ରତି ରବିବାର ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍‌ଡାଉନ ନିୟମ ପାଳନ କରାଯିବ ଏଥିରେ କୌଣସି କୋହଳ କରାଯିବ ନାହିଁ। ସେହିପରି ହୋମ କ୍ୱାରାଣ୍ଟାଇନକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ମେ’ ୩୧ ପର୍ଯ୍ୟନ୍ତ ଗୁଜରାଟ, ମହାରାଷ୍ଟ୍ର, ତାମିଲନାଡୁ ଓ କେରଳ ଲୋକଙ୍କୁ ରାଜ୍ୟ ମଧ୍ୟରେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ୟେଦୁରପ୍ପା କହିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ର ସରକାର ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୋଷଣା କରିଥିବା ବେଳେ ଏହା ସମଗ୍ର ଦେଶରେ ସୋମବାରଠାରୁ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri