ଲକ୍‌ ଡାଉନ୍‌: ରମଜାନ ନମାଜ ଉପରୁ ହଟିଲା କଟକଣା

ଇସଲାମାବାଦ୍‌,୨୦।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଏପ୍ରିଲ୍‌ ୨୪ଠାରୁ ରମଜାନ ମାସ ଆରମ୍ଭ ହେଉଥିବାରୁ ଏହି ସମୟରେ ମସଜିଦ୍‌ରେ ସାମୁହିକ ନମାଜ ପାଠକୁ ସୌଦି ସମେତ ବହୁ ମୁସଲମାନ ବହୁଳ ଦେଶରେ ବନ୍ଦ କରାଯାଇଛି। ପାକିସ୍ତାନ ସରକାର ମଧ୍ୟ ଏଭଳି କରିବା ଲାଗି ନିଷ୍ପତ୍ତିି ନେଇଥିଲେ। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ଏଭଳି ନିଷ୍ପତ୍ତିକୁ ପାକିସ୍ତାନର ଧର୍ମଗୁରୁମାନେ ବିରୋଧ କରିଥିଲେ। ଶେଷରେ ଇମ୍ରାନ ସରକାରଙ୍କୁ ମୁଣ୍ଡ ନଇଁବାକୁ ପଡ଼ିଛି। ରମଜାନରେ ମସଜିଦ୍‌ରେ ସାମୁହିକ ନମାଜ ପାଠ ଲାଗି ବାଧ୍ୟ ହୋଇ ଇମ୍ରାନ୍‌ ଅନୁମତି ଦେଇଛନ୍ତି। ଲକ୍‌ ଡାଉନ୍‌ ସମୟରେ ସ୍କୁଲ୍‌ ,କଲେଜ, ଦୋକାନ, ବଜାର ବନ୍ଦ ଥିଲେ ମଧ୍ୟ ପାକିସ୍ତାନରେ ମସଜିଦ୍‌ରେ ସାମୁହିକ ନମାଜ ପାଠ କରାଯିବ ବୋଲି ଜଣାପଡ଼ିଛି। ଏନେଇ ରାଷ୍ଟ୍ରପତି ଆରଫି ଅଲ୍‌ବି ଦେଶର ବିଭିନ୍ନ ପ୍ରଦେଶର ଧର୍ମଗୁରୁ ଏବଂ ରାଜନେତାଙ୍କ ସହିତ ଏକ ମିଳିତ ବୈଠକ କରିଥିଲେ। ଏହାପରେ ମସଜିଦ୍‌ରେ ସାମୁହିକ ନମାଜ ପାଠ କରାଯିବାକୁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri