ବୈପାରିଗୁଡ଼ା,୫।୪(ଡି଼.ଏନ୍.ଏ.): କରୋନାକୁ ନେଇ ଚାରିଆଡ଼େ ଆତଙ୍କିତ ପରିସ୍ଥିତି। ସବୁଠି ଲକ୍ ଡାଉନ୍। ବାହାରକୁ ନ ଆସିବାକୁ ପୋଲିସ ଡାକବାଜି ଯନ୍ତ୍ରରେ ପ୍ରଚାର କରୁଛି। ଗୋଷ୍ଠୀଗତ ଭାବେ ଗୋଟିଏ ସ୍ଥାନରେ ରୁଣ୍ଡ ନ ହେବାକୁ ନିୟମ କରାଯାଇଛି। ନିୟମ ଖିଲାପ କରୁଥିବା ଲୋକଙ୍କୁ ପୋଲିସ ଦଣ୍ଡ ଦେଉଛି। ତଥାପି ଏହାକୁ ଖାତିର ନ କରି ଚୈତ୍ର ପର୍ବ ଆଳରେ ଲୋକେ ସଙ୍ଘଵଦ୍ଧ ଭାବେ ବନ୍ୟଜନ୍ତୁ ଶିକାର କରୁଥିବା ଅଭିଯୋଗ ହୋଇଛି। ଗତ ଗୁରୁବାର କୋରାପୁଟ ଜିଲା ବୈପାରିଗୁଡା ବନାଞ୍ଚଳ ଅଧୀନସ୍ଥ କେନୁଗୁଡା ପଞ୍ଚାୟତ ଭାଲୁଗୁଡା ଗ୍ରାମର କେତେକ ଆଦିବାସୀ ଯୁବକ ବେଣ୍ଟ କରିଥିଲେ। ସେମାନେ ଗୋଡେଇ ଗୋଡେଇ ଠେଙ୍ଗାରେ ପିଟି ପିଟି ୫ଟି ଠେକୁଆ ଶିକାର କରି ସନ୍ଧ୍ୟାରେ ଉତ୍ସବ ମନାଇଥିଲେ। ଖବର ପାଇ ବନ ବିଭାଗ ଚଢାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଆଣି ଅଟକ ରଖି ପରେ ଛାଡ଼ିଦେଇଥିଲା। ଏ ସମ୍ପର୍କରେ ଵନାଞ୍ଚଳ ଅଧିକାରୀ ଦିବ୍ୟା ମାଧୁରୀ ସେଠୀଙ୍କୁ ପଚାରିବାରୁ ସେ କହିଛନ୍ତି, ଘଟଣାଟି ସତ। କିନ୍ତୁ ମୃତ ଠେକୁଆଙ୍କ ଦେହାବଶେଷ ଜବତ ହୋଇପାରି ନ ଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁ ନାହିଁ।
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…
ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
Archives

