Posted inଭଦ୍ରକ

ଲକ ଡାଉନ ଉଲ୍ଲଂଘନକାରୀ ଗିରଫ, ଜରିମାନା ଆଦାୟ

ଧାମନଗର,୧୨ା୪(ଡି.ଏନ୍‌.ଏ.)- ଧାମନଗର ବ୍ଲକରେ ଲକ ଡାଉନ ଅବମାନନା ନେଇ ବ୍ଲକ ପ୍ରଶାସନ କଡ଼ା ପଦକ୍ଷେପ ନେଉଛି। ରବିବାର ପୂର୍ବାହ୍ନରେ ଧାମନଗର ଆଡିସନାଲ ତହସିଲଦାର ଲଗ୍ନଜିତ ବେହେରା ଧୂଷୁରୀ ଥାନା ପୋଲିସ ସହାୟତାରେ ଅସୁରାଳୀ ବଜାର, ମଙ୍ଗଳପୁର, ସହିଦନଗର ଅଞ୍ଚଳରେ ଚଢଉ କରିଥିଲେ। ମାସ୍କ ବ୍ୟବହାର କରି ନ ଥିବା ୧୨ ଜଣଙ୍କଠାରୁ ୨୪ ଶହ ଟଙ୍କା ଜରିମାନା ଆଦାୟ କରିବା ସହିତ ଜଣେ ଦୋକାନୀଙ୍କଠାରୁ ୧ ହଜାର ଜରିମାନା ଆଦାୟ କରିଛନ୍ତି। ସେହିପରି ଶନିବାର ଭଣ୍ଡାରୀପଡା ଗ୍ରାମର କାର୍ତ୍ତିକ ସାହୁଙ୍କୁ ପୋଲିସ ଗିରଫ କରିଛି। ସେ ଜଣେ ମହିଳା ସରକାରୀ ଅଧିକାରୀଙ୍କ ବିରୋଧରେ ସୋସିଆଲ ମିଡ଼ିଆରେ ଅଶ୍ଳୀଳ ଭାଷା ଲେଖିଥିବା ଅଭିଯୋଗରେ ଗିରଫ ହୋଇଥିବା ଆଡିସନାଲ ତହସିଲଦାର ବେହେରା ସୂଚନା ଦେଇଛନ୍ତି। ଧାମନଗର ଥାନା ଅଧୀନରେ କୋରୋନା ଦାୟିତ୍ୱ ନେଇଥିବା ଅନ୍ୟ ଆଡିସନାଲ ତହସିଲଦାର ଅଭିଲିପ୍ସା ପଟ୍ଟନାୟକ ଶନିବାର ଧାମନଗର ସାନ ବଜାରରେ ଜଳଖିଆ ଦୋକାନ ଖୋଲିଥିବା ଆନନ୍ଦ ସାହୁଙ୍କୁ ଗିରଫ କରିଥିଲେ। ରବିବାର ଜାହାଙ୍ଗିର ବଜାରରେ ଜଣେ ଦୋକାନୀଙ୍କୁ ବେଆଇନ ଭାବେ ଦୋକାନ ଖୋଲିଥିବା ଅଭିଯୋଗରେ ଗିରଫ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri