ଲଖନପୁରରେ ଖୋଲିଲା ସ୍ବାବ୍‌ ସଂଗ୍ରହ କେନ୍ଦ୍ର, ୪୪ଜଣଙ୍କ ସ୍ବାବ୍‌ ସଂଗ୍ରହ ହେଲା

ଲଖନପୁର,୧।୫(ଡି.ଏନ୍‌.ଏ.)-ମହାମାରୀ କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଏବେ ଲକ୍‌ଡାଉନ୍‌ ଜାରି ରହିଛି । ଏହାକୁ ନିୟନ୍ତ୍ରଣ କରିବା ପାଇଁ ସରକାରୀ ସ୍ତରରେ ବିଭିନ୍ନ ପ୍ରୟାସ ଜାରି ରହିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଜିଲାରେ ସମୁଦାୟ ୪ଟି ସ୍ବାବ୍‌ ସଂଗ୍ରହ କେନ୍ଦ୍ର ଖୋଲା ଯାଇଛି। ଏଥିମଧ୍ୟରେ ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟ, ଲଖନପୁର, ବ୍ରଜରାଜନଗର ଓ ଲଇକେରା ରହିଛି। ଏହିସବୁ କେନ୍ଦ୍ରରେ ସ୍ବାବ ସଂଗ୍ରହ ଗତ ୨୫ତାରିଖରୁ ଆରମ୍ଭ ହୋଇଛି। ତେବେ ସ୍ବାବ ନମୁନା ପରୀକ୍ଷାପାଇଁ ପୂର୍ବରୁ ଭୁବନେଶ୍ୱର ପଠାଯାଉଥିଲା। ଏବେ ଏହିସବୁ ନମୁନା ଶୁକ୍ରବାରରୁ ବୁର୍ଲା ଭିମସାରକୁ ପଠାଯିବ ବୋଲି ଡିପିଏଚ୍‌ଓ ଡା. ଡୋଲାମଣି ପଟେଲ କହିଛନ୍ତି। ତେବେ ଲଖନପୁର ପଞ୍ଚାୟତ ନେଡାଲ ହାଇସ୍କୁଲ୍‌ରେ ସ୍ବାବ୍‌ ସଂଗ୍ରହ ପାଇଁ ଏକ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ଖୋଲା ଯାଇଛି। ଏଠାରେ ସ୍ବାସ୍ଥ୍ୟ କର୍ମଚାରୀ(ଏଲ୍‌ଟି) ମଜୋନ ସାଏ ଓ ସୌଭାଗ୍ୟ ପଟେଲ, ଅଶୋକ ପ୍ରଧାନ ଓ କିଶୋର ବନଛୋର ପ୍ରମୁଖ ନିୟୋଜିତ ହୋଇଛନ୍ତି। ବନ୍ଧବାହାଲ, ବେଲପାହାଡ, ଭଅଁରଖୋଲ ଓ ପିଥିଣ୍ଡା ଆଦି ସଙ୍ଗରୋଧ କେନ୍ଦ୍ରରୁ ଗାଡି ଯୋଗେ ୪୪ଜଣ ସନ୍ଦିଗ୍ଧଙ୍କୁ ଅଣାଯାଇ ସେମାନଙ୍କ ନିକଟରୁ ନମୁନା ସଂଗ୍ରହ କରାଯାଇଛି ା ଲଖନପୁର ବ୍ଲକ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡା. ନିବେଦିତା ବାରିକ, ପିଏଚ୍‌ଇଓ ସ୍ବର୍ଣ୍ଣପ୍ରଭା ଜୁଏଡ୍‌, ବିପିଏମ୍‌ ପ୍ରମୋଦ ପ୍ରଧାନ ପ୍ରମୁଖଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri