ଲଗାଣବର୍ଷା : ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ ନିର୍ମାଣ, ଘରେ ପଶିଲା ପାଣି

ଆନନ୍ଦପୁର,୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହାର ଆଖପାଖରେ ଲଗାଣବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବା ସହିତ ଲୋକଙ୍କ ଘରେ ପାଣି ପଶିଯାଇଛି। ଶୁକ୍ରବାର ରାତିରୁ ଶନିବାର ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷା ଲାଗିରହିଥିଲା। ଫଳରେ ଆନନ୍ଦପୁର କଚେରୀଠାରେ ନବ ନିର୍ମିତ ତ୍ରୁଟିପୂର୍ଣ୍ଣ ଡ୍ରେନ୍‌ରେ ବର୍ଷାପାଣି ନିଷ୍କାସିତ ହୋଇ ନ ପାରି ଟ୍ରେଜେରୀ କାର୍ଯ୍ୟାଳୟ ସହିତ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ଘରେ ଆଣ୍ଠୁଏ ଉଚ୍ଚରେ ପ୍ରବେଶ କରିଥିଲା। ସେହିଭଳି ଡ୍ରେନ୍‌ରେ ପାଣି ନିଷ୍କାସିତ ହୋଇ ନ ପାରି ଶାଳପଡ଼ା ସର୍ଭିସରୋଡ୍‌ ଉପରେ ସୁଅ ଛୁଟିଥିଲା। ଅନ୍ୟପକ୍ଷରେ ଆନନ୍ଦପୁର ପୌରପରିଷଦ ପଦ୍ମପୁର ୧ନଂ. ଓ୍ବାର୍ଡରେ ବର୍ଷାପାଣି ଘରେ ପଶିଥିଲା। ଫଳରେ ଲୋକେ ନାନା ହଇରାଣ ହରକତ ହୋଇଛନ୍ତି। ଫକୀରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ବର୍ଷାପାଣି ପଶିଯିବାରୁ ସେବା ବାଧାପ୍ରାପ୍ତ ହୋଇଥିଲା। ବିଭିନ୍ନ ସ୍ଥାନରେ ଆନନ୍ଦପୁର ଓ ଘସିପୁରା ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ମୋଟର ଯୋଗେ ପାଣି ନିଷ୍କାସନ କରିଛନ୍ତି। ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ୨୫୫.୦୨ ମିମି ବର୍ଷା ହୋଇଛି। ବୈତରଣୀ ନଦୀର ଉପରମୁଣ୍ଡରେ ବର୍ଷାର ପ୍ରଭାବ କମ୍‌ ଥିବାରୁ ନଦୀର ଜଳସ୍ତର ହ୍ରାସ ପାଇବାରେ ଲାଗିଥିବା ସ୍ଥାନୀୟ ପାଣିପାଗ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri