ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ତାଙ୍କର ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ପରିବାରର ଅନ୍ୟ ୪ଜଣ ଆହତ ହୋଇ ଚିକିତ୍ସାଧୀନ ଥିଲେ। ମଙ୍ଗଳବାର ସକାଳେ ସନ୍ତୋଷଙ୍କ ମା’ରାହାସ ନାଇକଙ୍କର ବ୍ରହ୍ମପୁର ବଡ ଡାକ୍ତରଖାନାରେ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ସନ୍ତୋଷ ଶୁକ୍ରବାର ରାତିରେ ଖାଇସାରି ମା’ ରାହାସ, ସ୍ତ୍ରୀ ବନିତା, କନ୍ୟା ପ୍ରିୟଙ୍କା ଓ ପୁଅ ସନାତନଙ୍କ ସହ ଶୋଇଥିଲେ। ଭୋରରୁ ନଡ଼ା ଛପର ଘର ଭୁଶୁଡ଼ିପଡ଼ିବାରୁ ସପରିବାର ଆହତ ହୋଇଥିଲେ। ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସନାତନଙ୍କୁ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ବନିତା ଓ ରାହାସଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବନିତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଅସହାୟ ସନ୍ତୋଷଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ସାମାଜିକ କର୍ମୀ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଦାବି କରିଛନ୍ତି। ଏନେଇ ତହସିଲଦାରଙ୍କୁ ପଚାରିବାରୁ ଡାକ୍ତରଙ୍କ ରିପୋର୍ଟ ମିଳିବାପରେ ସରକାରୀ କ୍ଷତିପୂରଣ ନିମନ୍ତେ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri