ଲଗାଣ ବର୍ଷାରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୯- ବାଲେଶ୍ୱର ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ସହର ତଳି ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଅତିକ୍ରମ କରି ପ୍ରବାହିତ ହେଉଥିବାବେଳେ ବୁଢ଼ାବଳଙ୍ଗ, ସୋନ, ଗଙ୍ଗାହାର ଓ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଅଧିକ ବର୍ଷା ଲାଗି ରହିଲେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଜିଲା ପ୍ରଶାସନ ସଜାଗ ରହିଛି। ପ୍ରତ୍ୟେକ ବ୍ଲକରେ ତହସିଲଦାର, ବିଡିଓ ପ୍ରମୁଖ ପ୍ରଶାସନିକ ଅଧିକାରୀ ସ୍ଥିତିର ତଦାରଖ କରୁଛନ୍ତି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଜିଲାରେ ପ୍ରସ୍ତୁତ ରହିଛି। ବନ୍ୟା ପରିସ୍ଥିତି ଉପୁଜିଲେ, ଏଥିଲାଗି ଆବଶ୍ୟକୀୟ ପ୍ରାଥମିକ ଶୁଖିଲା ଖାଦ୍ୟ, କିରୋସିନ, ମହମବତି ଓ ପଲିଥିନ୍‌ ପ୍ରଭୃତି ସାମଗ୍ରୀ ପ୍ରସ୍ତୁତ ରଖାଯାଇଥିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ବୁଧବାର ପୂର୍ବାହ୍ନ ୮ଟା ସୁଦ୍ଧା ଜିଲାରେ ୧୦୨୪ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଭୋଗରାଇ ବ୍ଲକରେ ସର୍ବାଧିକ ୧୫୨ , ଜଳେଶ୍ୱର ବ୍ଲକ ୧୪୩, ବାଲିଆପାଳ ୯୫, ବସ୍ତାରେ ୯୧, ବାଲେଶ୍ୱର ସଦର ବ୍ଲକ ଓ ସହରାଞ୍ଚଳରେ ୧୦୩ ମି.ମି. ବର୍ଷା ହୋଇଛି। ସେହିପରି ରେମୁଣାରେ ୧୦୪, ନୀଳଗିରିରେ ୮୭, ସୋରରେ ୫୩ , ବାହାନଗାରେ ୫୭ , ସିମୁଳିଆରେ ୫୪ ,ଖଇରାରେ ୪୫ , ଔପଦା ବ୍ଲକରେ ସର୍ବନିମ୍ନ ୪୦ ମି.ମି. ବର୍ଷା ହୋଇଥିବା ଜଣାପଡିଛି। ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ମଥାନୀ ନିକଟରେ ବିପଦସଙ୍କେତ ୫.୫୦ ମିଟର ଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ଜଳସ୍ତର ୬.୪୦ ମିଟରକୁ ବୃଦ୍ଧି ପାଇଥିଲା। ଏ ନେଇ ଉକ୍ତ ବ୍ଲକର ୧୨ ପଞ୍ଚାୟତ ମଥାନୀ, ବାହାର୍ଦ୍ଦା, ପତ୍ରଝଡ଼ା, ଦୁଧହଂସା, ସଦାନନ୍ଦପୁର ସହ ସଦର ବ୍ଲକର ୨ ପଞ୍ଚାୟତ ରସଲପୁର ଓ ଶ୍ରୀରାମପୁର ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ବୁଢ଼ାବଳଙ୍ଗ, ସୋନ, ଗଙ୍ଗାହାର ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଥିଲେ ମଧ୍ୟ ଏହା ବନ୍ୟା ଆଶଙ୍କା ସୃଷ୍ଟି କରିବ ନାହିଁ ବୋଲି ପ୍ରଶାସନ କହିଛି।
୩ଦିନ ଧରି ଲଗାଣବର୍ଷା ଯୋଗୁ ବାଲେଶ୍ୱର ସହରର ଅବସ୍ଥା ଅଧିକ ବେହାଲ ହୋଇପଡିଛି। ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ କେତେକ ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ମ୍ୟୁନିସିପାଲିଟି ଅନ୍ତର୍ଗତ ତଳି ଅଞ୍ଚଳର ନୂଆସାହି, କୋଷ୍ଟାଲକଲୋନୀ, ଗୁଡ଼ିପଦା ଅଞ୍ଚଳରେ ମଙ୍ଗଳବାର ରାତି ୧୦ଟା ପରେ ଲୋକଙ୍କ ଘରେ ପାଣି ପଶିଥିଲା। ୧୦୦ରୁ ଅଧିକ ପରିବାର ଏବେ ମଧ୍ୟ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ସାଧାରଣ ଜୀବନଯାତ୍ରା ଠପ୍‌ ହୋଇଯାଇଛି। ବସ୍ତି ଅଞ୍ଚଳର ଲୋକେ ଘରଦ୍ୱାର ଛାଡ଼ି ସମ୍ପର୍କୀୟଙ୍କ ଘରକୁ ପଳାଇ ଯାଇଛନ୍ତି। ଯେଉଁମାନେ ଅଛନ୍ତି, ସେମାନଙ୍କ ଘରେ ଚୁଲି ଜଳି ନାହଁି। ଜିଲା ପ୍ରଶାସନ ପକ୍ଷରୁ ଅଦ୍ୟାବଧି କୌଣସି ସହାୟତା ପହଞ୍ଚତ୍ ନ ଥିବା ସ୍ଥାନୀୟ ବାସିନ୍ଦାମାନେ ଅଭିଯୋଗ କରିଛନ୍ତି।
ଏ ସମ୍ପର୍କରେ ଜିଲା ଜରୁରିକାଳୀନ ଅଧିକାରୀ ଅଭୟ କୁମାର ନାୟକଙ୍କୁ ପଚାରିବାରୁ କହିଛନ୍ତି, ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିଲେ ମଧ୍ୟ ବନ୍ୟାଜଳ କୂଳ ଲଂଘି ନାହଁି। ଉପରମୁଣ୍ଡରେ ଯଦି ଅଧିକ ଲଗାଣବର୍ଷା ହୋଇ ବନ୍ୟା ସ୍ଥିତି ଉପୁଜେ ସେଥିଲାଗି ପ୍ରଶାସନ ସତର୍କ ରହିଛି। ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀ, ବିଡିଓ କୁକୁମିନା ଦାସଙ୍କୁ ସଜାଗ ରହିବା ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ସହରର ବିଭିନ୍ନ ତଳି ଅଞ୍ଚଳରୁ ବର୍ଷା ଜଳ ନିଷ୍କାସନ ହୋଇ ନ ପାରିବାରୁ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜରୁରିକାଳୀନ ଭିତ୍ତିରେ ଜଳ ନିଷ୍କାସନ କାର୍ଯ୍ୟକ୍ରମ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri